9ସେତେବେଳେ ସରୁୟାର ପୁତ୍ର ଅବୀଶୟ ରାଜାଙ୍କୁ କହିଲା, “ଏ ମଲା କୁକ୍କୁରଟା କାହିଁକି ମୋʼ ପ୍ରଭୁ ମହାରାଜାଙ୍କୁ ଅଭିଶାପ ଦେବ? ଅନୁମତି ଦେଉନ୍ତୁ, ମୁଁ ପାର ହୋଇଯାଇ ତାହାର ମୁଣ୍ଡ କାଟି ପକାଏ।”
10ତହିଁରେ ରାଜା କହିଲେ, “ହେ ସରୁୟାର ପୁତ୍ରମାନେ, ତୁମ୍ଭମାନଙ୍କ ସହିତ ମୋʼ ର କʼଣ କରିବାର ଅଛି? ସେ ତ ଅଭିଶାପ ଦେଉଅଛି, ପୁଣି ଦାଉଦଙ୍କୁ ‘ଅଭିଶାପ ଦିଅ’ ବୋଲି ସଦାପ୍ରଭୁ ତାହାକୁ କହିଅଛନ୍ତି? ‘ଏଥିପାଇଁ କିଏ କହିବ, ତୁମ୍ଭେ କାହିଁକି ଏପରି କଲ?’”
11ଆହୁରି ଦାଉଦ ଅବୀଶୟକୁ ଓ ଆପଣାର ଦାସ ସମସ୍ତଙ୍କୁ କହିଲେ, “ଦେଖ, ମୋହର ଔରସରୁ ଜାତ ମୋର ପୁତ୍ର ମୋର ପ୍ରାଣ ନେବାକୁ ଚାହୁଁଅଛି, ତେବେ ଏ ବିନ୍ୟାମୀନୀୟ ଲୋକ କି ଏବେ ତତୋଧିକ ନ କରିବ? ତାଙ୍କୁ ଛାଡ଼, ସେ ଅଭିଶାପ ଦେଉ; କାରଣ ସଦାପ୍ରଭୁ ତାହାକୁ ଅନୁମତି ଦେଇଅଛନ୍ତି।
12ହୋଇପାରେ, ମୋʼ ପ୍ରତି କୃତ ଏହି ଅପରାଧକୁ ସଦାପ୍ରଭୁ ଦୃଷ୍ଟିପାତ କରିବେ ଓ ଆଜି ତାହାର ଦତ୍ତ ଅଭିଶାପ ପରିବର୍ତ୍ତେ ସଦାପ୍ରଭୁ ମୋହର ମଙ୍ଗଳ କରିବେ।”
13ଏହିରୂପେ ଦାଉଦ ଓ ତାଙ୍କର ଲୋକମାନେ ପଥ ଦେଇ ଗଲେ; ପୁଣି ଶିମୀୟି ତାଙ୍କ ପାଖେ ପାଖେ ପର୍ବତ ପାର୍ଶ୍ୱ ଦେଇ ଚାଲିଲା, ପୁଣି ଚାଲୁ ଚାଲୁ ଅଭିଶାପ ଦେଲା ଓ ତାଙ୍କ ଉପରେ ପଥର ଓ ଧୂଳି ପକାଇଲା।