11ଆହୁରି ଦାଉଦ ଅବୀଶୟକୁ ଓ ଆପଣାର ଦାସ ସମସ୍ତଙ୍କୁ କହିଲେ, “ଦେଖ, ମୋହର ଔରସରୁ ଜାତ ମୋର ପୁତ୍ର ମୋର ପ୍ରାଣ ନେବାକୁ ଚାହୁଁଅଛି, ତେବେ ଏ ବିନ୍ୟାମୀନୀୟ ଲୋକ କି ଏବେ ତତୋଧିକ ନ କରିବ? ତାଙ୍କୁ ଛାଡ଼, ସେ ଅଭିଶାପ ଦେଉ; କାରଣ ସଦାପ୍ରଭୁ ତାହାକୁ ଅନୁମତି ଦେଇଅଛନ୍ତି।
12ହୋଇପାରେ, ମୋʼ ପ୍ରତି କୃତ ଏହି ଅପରାଧକୁ ସଦାପ୍ରଭୁ ଦୃଷ୍ଟିପାତ କରିବେ ଓ ଆଜି ତାହାର ଦତ୍ତ ଅଭିଶାପ ପରିବର୍ତ୍ତେ ସଦାପ୍ରଭୁ ମୋହର ମଙ୍ଗଳ କରିବେ।”
13ଏହିରୂପେ ଦାଉଦ ଓ ତାଙ୍କର ଲୋକମାନେ ପଥ ଦେଇ ଗଲେ; ପୁଣି ଶିମୀୟି ତାଙ୍କ ପାଖେ ପାଖେ ପର୍ବତ ପାର୍ଶ୍ୱ ଦେଇ ଚାଲିଲା, ପୁଣି ଚାଲୁ ଚାଲୁ ଅଭିଶାପ ଦେଲା ଓ ତାଙ୍କ ଉପରେ ପଥର ଓ ଧୂଳି ପକାଇଲା।
14ଏଉତ୍ତାରେ ରାଜା ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ କ୍ଳାନ୍ତ ହୋଇ ଆସିଲେ; ପୁଣି ସେଠାରେ ସେମାନେ ରାତିରେ ବିଶ୍ରାମ କଲେ।
15ଏଥିମଧ୍ୟରେ ଅବଶାଲୋମ ଓ ତାହା ସଙ୍ଗେ ଅହୀଥୋଫଲ ଓ ସମସ୍ତ ଇସ୍ରାଏଲୀୟ ଲୋକ ଯିରୂଶାଲମକୁ ଆସିଲେ।