13ଏହିରୂପେ ଦାଉଦ ଓ ତାଙ୍କର ଲୋକମାନେ ପଥ ଦେଇ ଗଲେ; ପୁଣି ଶିମୀୟି ତାଙ୍କ ପାଖେ ପାଖେ ପର୍ବତ ପାର୍ଶ୍ୱ ଦେଇ ଚାଲିଲା, ପୁଣି ଚାଲୁ ଚାଲୁ ଅଭିଶାପ ଦେଲା ଓ ତାଙ୍କ ଉପରେ ପଥର ଓ ଧୂଳି ପକାଇଲା।
14ଏଉତ୍ତାରେ ରାଜା ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ କ୍ଳାନ୍ତ ହୋଇ ଆସିଲେ; ପୁଣି ସେଠାରେ ସେମାନେ ରାତିରେ ବିଶ୍ରାମ କଲେ।
15ଏଥିମଧ୍ୟରେ ଅବଶାଲୋମ ଓ ତାହା ସଙ୍ଗେ ଅହୀଥୋଫଲ ଓ ସମସ୍ତ ଇସ୍ରାଏଲୀୟ ଲୋକ ଯିରୂଶାଲମକୁ ଆସିଲେ।
16ପୁଣି ଦାଉଦଙ୍କର ମିତ୍ର ଅର୍କୀୟ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ହୂଶୟ ଅବଶାଲୋମଙ୍କୁ କହିଲା, “ମହାରାଜ ଚିରଜୀବୀ ହେଉନ୍ତୁ, ମହାରାଜ ଚିରଜୀବୀ ହେଉନ୍ତୁ!”
17ତହିଁରେ ଅବଶାଲୋମ ହୂଶୟକୁ କହିଲା, “ତୁମ୍ଭ ମିତ୍ର ପ୍ରତି ତୁମ୍ଭର କି ଏହି ଦୟା? ତୁମ୍ଭେ କାହିଁକି ଆପଣା ମିତ୍ର ସଙ୍ଗରେ ଗଲ ନାହିଁ?”