ଦ୍ୱିତୀୟ ଶାମୁୟେଲ 16

ତହିଁରେ ଅବଶାଲୋମ ହୂଶୟକୁ କହିଲା, “ତୁମ୍ଭ ମିତ୍ର ପ୍ରତି ତୁମ୍ଭର କି ଏହି ଦୟା? ତୁମ୍ଭେ କାହିଁକି ଆପଣା ମିତ୍ର ସଙ୍ଗରେ ଗଲ ନାହିଁ?”

2 Samuel 16:17 (UKJV) And Absalom said to Hushai, Is this your kindness to your friend? why went you not with your friend?

15ଏଥିମଧ୍ୟରେ ଅବଶାଲୋମ ଓ ତାହା ସଙ୍ଗେ ଅହୀଥୋଫଲ ଓ ସମସ୍ତ ଇସ୍ରାଏଲୀୟ ଲୋକ ଯିରୂଶାଲମକୁ ଆସିଲେ।

16ପୁଣି ଦାଉଦଙ୍କର ମିତ୍ର ଅର୍କୀୟ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ହୂଶୟ ଅବଶାଲୋମଙ୍କୁ କହିଲା, “ମହାରାଜ ଚିରଜୀବୀ ହେଉନ୍ତୁ, ମହାରାଜ ଚିରଜୀବୀ ହେଉନ୍ତୁ!”

17ତହିଁରେ ଅବଶାଲୋମ ହୂଶୟକୁ କହିଲା, “ତୁମ୍ଭ ମିତ୍ର ପ୍ରତି ତୁମ୍ଭର କି ଏହି ଦୟା? ତୁମ୍ଭେ କାହିଁକି ଆପଣା ମିତ୍ର ସଙ୍ଗରେ ଗଲ ନାହିଁ?”

18ହୂଶୟ ଅବଶାଲୋମଙ୍କୁ କହିଲା, “ତାହା ନୁହେଁ! ମାତ୍ର ସଦାପ୍ରଭୁ ଓ ଏହି ଲୋକମାନେ ଓ ସମୁଦାୟ ଇସ୍ରାଏଲ ଲୋକ ଯାହାଙ୍କୁ ମନୋନୀତ କଲେ, ମୁଁ ତାଙ୍କରି ହେବି ଓ ତାଙ୍କ ସଙ୍ଗେ ମୁଁ ରହିବି।

19ପୁନଶ୍ଚ ମୁଁ କାହାର ସେବା କରିବି? ମୁଁ କି ତାଙ୍କ ପୁତ୍ର ସାକ୍ଷାତରେ ସେବା କରିବି ନାହିଁ? ମୁଁ ଯେପରି ତୁମ୍ଭ ପିତାଙ୍କ ସାକ୍ଷାତରେ ସେବା କରିଅଛି, ସେପରି ଆପଣଙ୍କ ସାକ୍ଷାତରେ ମଧ୍ୟ କରିବି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.