21ତହିଁରେ ଅହୀଥୋଫଲ ଅବଶାଲୋମଙ୍କୁ କହିଲା, “ତୁମ୍ଭ ପିତା ଗୃହ ଜଗିବା ନିମନ୍ତେ ଆପଣାର ଯେଉଁ ଉପପତ୍ନୀମାନଙ୍କୁ ଛାଡ଼ି ଯାଇଅଛନ୍ତି, ତୁମ୍ଭେ ସେମାନଙ୍କ ସହିତ ସହବାସ କର; ତହିଁରେ ତୁମ୍ଭେ ଆପଣା ପିତାର ଦୁର୍ଗନ୍ଧ ସ୍ୱରୂପ ହେବ, ଏହା ସମୁଦାୟ ଇସ୍ରାଏଲ ଶୁଣିବେ; ତହୁଁ ତୁମ୍ଭ ସଙ୍ଗୀ ସମସ୍ତ ଲୋକଙ୍କ ହସ୍ତ ସବଳ ହେବ।”
22ଏଉତ୍ତାରେ ଲୋକମାନେ ଅବଶାଲୋମ ନିମନ୍ତେ ଗୃହର ଛାତ ଉପରେ ଏକ ତମ୍ବୁ ପ୍ରସାରିଲେ; ତହୁଁ ଅବଶାଲୋମ ସମସ୍ତ ଇସ୍ରାଏଲ ସାକ୍ଷାତରେ ଆପଣା ପିତାଙ୍କ ଉପପତ୍ନୀମାନଙ୍କ ସହିତ ସହବାସ କଲା।
23ସେସମୟରେ ଅହୀଥୋଫଲ ଯେଉଁ ମନ୍ତ୍ରଣା ଦିଏ, ସେହି ମନ୍ତ୍ରଣା ପରମେଶ୍ୱରଙ୍କ ବାକ୍ୟ ଦ୍ୱାରା ଉତ୍ତର ପାଇବା ତୁଲ୍ୟ ଥିଲା; ଦାଉଦ ଓ ଅବଶାଲୋମ ଉଭୟଙ୍କ ପ୍ରତି ଅହୀଥୋଫଲର ସମସ୍ତ ମନ୍ତ୍ରଣା ଏହି ପ୍ରକାର ଥିଲା।