ଦ୍ୱିତୀୟ ଶାମୁୟେଲ 16

ତେବେ ରାଜା କହିଲେ, “ତୁମ୍ଭ ପ୍ରଭୁର ପୁତ୍ର କାହିଁ?” ତହିଁରେ ସୀବଃ ରାଜାଙ୍କୁ କହିଲା, “ଦେଖନ୍ତୁ, ସେ ଯିରୂଶାଲମରେ ଅଛନ୍ତି, କାରଣ ସେ କହିଲେ, ‘ଇସ୍ରାଏଲ ବଂଶ ଆଜି ଆମ୍ଭ ପୈତୃକ ରାଜ୍ୟ ଆମ୍ଭକୁ ଫେରାଇ ଦେବେ।’”

2 Samuel 16:3 (UKJV) And the king said, And where is your master's son? And Ziba said unto the king, Behold, he abides at Jerusalem: for he said, To day shall the house of Israel restore me the kingdom of my father.

1ଏଥିଉତ୍ତାରେ ଦାଉଦ ଉଠାଣି ଶୃଙ୍ଗ ପାର ହୋଇ ଅଳ୍ପ ବାଟ ଅଗ୍ରସର ହେଲା ଉତ୍ତାରେ ଦେଖ, ମଫୀବୋଶତ୍‍ର ଦାସ ସୀବଃ ସଜ୍ଜିତ ଦୁଇ ଗର୍ଦ୍ଦଭ ସଙ୍ଗେ ନେଇ ତାଙ୍କୁ ଭେଟିଲା, ସେହି ଗର୍ଦ୍ଦଭମାନଙ୍କ ଉପରେ ଦୁଇ ଶହ ରୁଟି, ଶହେ ପେନ୍ଥା ଦ୍ରାକ୍ଷାଫଳ ଓ ଶହେ ଗ୍ରୀଷ୍ମକାଳୀନ ଫଳ ଓ ଏକ କୁମ୍ପା (ବୋତୋଲ୍) ଦ୍ରାକ୍ଷାରସ ଥିଲା।

2ତହିଁରେ ରାଜା ସୀବଃକୁ କହିଲେ, “ଏସବୁରେ ତୁମ୍ଭର ଅଭିପ୍ରାୟ କଅଣ?” ତହୁଁ ସୀବଃ କହିଲା, “ଏ ଗର୍ଦ୍ଦଭ ଦୁଇଟି ରାଜପରିବାରଙ୍କ ଚଢ଼ିବା ନିମନ୍ତେ; ପୁଣି ଏହି ରୁଟି ଓ ଗ୍ରୀଷ୍ମକାଳୀନ ଫଳ ଯୁବାମାନଙ୍କ ଆହାର ନିମନ୍ତେ, ଆଉ ଦ୍ରାକ୍ଷାରସ ପ୍ରାନ୍ତରରେ କ୍ଳାନ୍ତ ହେବା ଲୋକମାନେ ପାନ କରିବେ।”

3ତେବେ ରାଜା କହିଲେ, “ତୁମ୍ଭ ପ୍ରଭୁର ପୁତ୍ର କାହିଁ?” ତହିଁରେ ସୀବଃ ରାଜାଙ୍କୁ କହିଲା, “ଦେଖନ୍ତୁ, ସେ ଯିରୂଶାଲମରେ ଅଛନ୍ତି, କାରଣ ସେ କହିଲେ, ‘ଇସ୍ରାଏଲ ବଂଶ ଆଜି ଆମ୍ଭ ପୈତୃକ ରାଜ୍ୟ ଆମ୍ଭକୁ ଫେରାଇ ଦେବେ।’”

4ଏଥିରେ ରାଜା ସୀବଃକୁ କହିଲେ, “ଦେଖ, ମଫୀବୋଶତ୍‍ର ସର୍ବସ୍ୱ ତୁମ୍ଭର ହେଲା।” ତହୁଁ ସୀବଃ କହିଲା, “ମୁଁ ପ୍ରଣାମ କରୁଅଛି, ହେ ମୋହର ପ୍ରଭୋ, ମହାରାଜ, ମୁଁ ଆପଣଙ୍କ ଦୃଷ୍ଟିରେ ଯେପରି ଅନୁଗ୍ରହ ପାଏ।”

5ଏଥିଉତ୍ତାରେ ଦାଉଦ ରାଜା ବହୁରୀମରେ ଉପସ୍ଥିତ ହୁଅନ୍ତେ, ଦେଖ, ଶାଉଲ ବଂଶର ପରିବାରଭୁକ୍ତ ଏକ ବ୍ୟକ୍ତି ସେଠାରୁ ବାହାର ହୋଇ ଆସିଲା, ତାହାର ନାମ ଶିମୀୟି, ସେ ଗେରାର ପୁତ୍ର; ସେ ବାହାରି ଆସିବା ବେଳେ ଅଭିଶାପ ଦେଉ ଦେଉ ଆସିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.