ଦ୍ୱିତୀୟ ଶାମୁୟେଲ 16

ଏଥିରେ ରାଜା ସୀବଃକୁ କହିଲେ, “ଦେଖ, ମଫୀବୋଶତ୍‍ର ସର୍ବସ୍ୱ ତୁମ୍ଭର ହେଲା।” ତହୁଁ ସୀବଃ କହିଲା, “ମୁଁ ପ୍ରଣାମ କରୁଅଛି, ହେ ମୋହର ପ୍ରଭୋ, ମହାରାଜ, ମୁଁ ଆପଣଙ୍କ ଦୃଷ୍ଟିରେ ଯେପରି ଅନୁଗ୍ରହ ପାଏ।”

2 Samuel 16:4 (UKJV) Then said the king to Ziba, Behold, yours are all that pertained unto Mephibosheth. And Ziba said, I humbly plead to you that I may find grace in your sight, my lord, O king.

2ତହିଁରେ ରାଜା ସୀବଃକୁ କହିଲେ, “ଏସବୁରେ ତୁମ୍ଭର ଅଭିପ୍ରାୟ କଅଣ?” ତହୁଁ ସୀବଃ କହିଲା, “ଏ ଗର୍ଦ୍ଦଭ ଦୁଇଟି ରାଜପରିବାରଙ୍କ ଚଢ଼ିବା ନିମନ୍ତେ; ପୁଣି ଏହି ରୁଟି ଓ ଗ୍ରୀଷ୍ମକାଳୀନ ଫଳ ଯୁବାମାନଙ୍କ ଆହାର ନିମନ୍ତେ, ଆଉ ଦ୍ରାକ୍ଷାରସ ପ୍ରାନ୍ତରରେ କ୍ଳାନ୍ତ ହେବା ଲୋକମାନେ ପାନ କରିବେ।”

3ତେବେ ରାଜା କହିଲେ, “ତୁମ୍ଭ ପ୍ରଭୁର ପୁତ୍ର କାହିଁ?” ତହିଁରେ ସୀବଃ ରାଜାଙ୍କୁ କହିଲା, “ଦେଖନ୍ତୁ, ସେ ଯିରୂଶାଲମରେ ଅଛନ୍ତି, କାରଣ ସେ କହିଲେ, ‘ଇସ୍ରାଏଲ ବଂଶ ଆଜି ଆମ୍ଭ ପୈତୃକ ରାଜ୍ୟ ଆମ୍ଭକୁ ଫେରାଇ ଦେବେ।’”

4ଏଥିରେ ରାଜା ସୀବଃକୁ କହିଲେ, “ଦେଖ, ମଫୀବୋଶତ୍‍ର ସର୍ବସ୍ୱ ତୁମ୍ଭର ହେଲା।” ତହୁଁ ସୀବଃ କହିଲା, “ମୁଁ ପ୍ରଣାମ କରୁଅଛି, ହେ ମୋହର ପ୍ରଭୋ, ମହାରାଜ, ମୁଁ ଆପଣଙ୍କ ଦୃଷ୍ଟିରେ ଯେପରି ଅନୁଗ୍ରହ ପାଏ।”

5ଏଥିଉତ୍ତାରେ ଦାଉଦ ରାଜା ବହୁରୀମରେ ଉପସ୍ଥିତ ହୁଅନ୍ତେ, ଦେଖ, ଶାଉଲ ବଂଶର ପରିବାରଭୁକ୍ତ ଏକ ବ୍ୟକ୍ତି ସେଠାରୁ ବାହାର ହୋଇ ଆସିଲା, ତାହାର ନାମ ଶିମୀୟି, ସେ ଗେରାର ପୁତ୍ର; ସେ ବାହାରି ଆସିବା ବେଳେ ଅଭିଶାପ ଦେଉ ଦେଉ ଆସିଲା।

6ଆଉ ସେ ଦାଉଦଙ୍କୁ ଓ ଦାଉଦ ରାଜାଙ୍କର ସବୁ ଦାସଙ୍କୁ ପଥର ମାରିଲା; ସେତେବେଳେ ସମସ୍ତ ଲୋକ ଓ ସମସ୍ତ ବୀର ତାଙ୍କର ଦକ୍ଷିଣରେ ଓ ବାମରେ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.