4ଏଥିରେ ରାଜା ସୀବଃକୁ କହିଲେ, “ଦେଖ, ମଫୀବୋଶତ୍ର ସର୍ବସ୍ୱ ତୁମ୍ଭର ହେଲା।” ତହୁଁ ସୀବଃ କହିଲା, “ମୁଁ ପ୍ରଣାମ କରୁଅଛି, ହେ ମୋହର ପ୍ରଭୋ, ମହାରାଜ, ମୁଁ ଆପଣଙ୍କ ଦୃଷ୍ଟିରେ ଯେପରି ଅନୁଗ୍ରହ ପାଏ।”
5ଏଥିଉତ୍ତାରେ ଦାଉଦ ରାଜା ବହୁରୀମରେ ଉପସ୍ଥିତ ହୁଅନ୍ତେ, ଦେଖ, ଶାଉଲ ବଂଶର ପରିବାରଭୁକ୍ତ ଏକ ବ୍ୟକ୍ତି ସେଠାରୁ ବାହାର ହୋଇ ଆସିଲା, ତାହାର ନାମ ଶିମୀୟି, ସେ ଗେରାର ପୁତ୍ର; ସେ ବାହାରି ଆସିବା ବେଳେ ଅଭିଶାପ ଦେଉ ଦେଉ ଆସିଲା।
6ଆଉ ସେ ଦାଉଦଙ୍କୁ ଓ ଦାଉଦ ରାଜାଙ୍କର ସବୁ ଦାସଙ୍କୁ ପଥର ମାରିଲା; ସେତେବେଳେ ସମସ୍ତ ଲୋକ ଓ ସମସ୍ତ ବୀର ତାଙ୍କର ଦକ୍ଷିଣରେ ଓ ବାମରେ ଥିଲେ।
7ପୁଣି ଶିମୀୟି ଅଭିଶାପ ଦେଉ ଦେଉ ଏପରି କହିଲା, “ଆରେ ରକ୍ତପାତୀ ମନୁଷ୍ୟ, ଆରେ ପାପାଧମ ଲୋକ, ଦୁର୍ ହୁଅ, ଚାଲିଯାଅ!
8ଯାହାର ପଦରେ ତୁ ରାଜ୍ୟ କରୁଥିଲୁ, ସେହି ଶାଉଲ ବଂଶର ସମସ୍ତ ରକ୍ତପାତର ପ୍ରତିଫଳ ତୋତେ ସଦାପ୍ରଭୁ ଦେଉଅଛନ୍ତି; ପୁଣି ସଦାପ୍ରଭୁ ତୋର ପୁତ୍ର ଅବଶାଲୋମ ହସ୍ତରେ ରାଜ୍ୟ ସମର୍ପଣ କରିଅଛନ୍ତି; ଆଉ ଦେଖ୍, ତୁ ତୋʼ ନିଜ ଦୁଷ୍ଟତାରେ ଧରା ପଡ଼ିଅଛୁ, କାରଣ ତୁ ରକ୍ତପାତୀ ମନୁଷ୍ୟ।”