9ଦେଖନ୍ତୁ, ସେ ଏବେ କୌଣସି ଗର୍ତ୍ତରେ କି ଅନ୍ୟ କୌଣସି ସ୍ଥାନରେ ଲୁଚି କରିଅଛନ୍ତି; ଆଉ ପ୍ରଥମେ ଏମାନଙ୍କ ମଧ୍ୟରୁ କେତେକ ପତିତ ହେଲେ ବୋଲି କେହି ଶୁଣିଲେ କହିବ ଯେ, ‘ଅବଶାଲୋମର ଅନୁଗାମୀ ଲୋକମାନଙ୍କ ମଧ୍ୟରେ ସଂହାର ହେଉଅଛି।’
10ତାହାହେଲେ, ଯେଉଁ ବିକ୍ରମଶାଳୀର ହୃଦୟ ସିଂହର ହୃଦୟ ତୁଲ୍ୟ, ସେ ମଧ୍ୟ ନିତାନ୍ତ ତରଳି ଯିବ; କାରଣ ଆପଣଙ୍କ ପିତା ଯେ ବୀର ଓ ତାଙ୍କ ସଙ୍ଗୀମାନେ ଯେ ବିକ୍ରମଶାଳୀ ଲୋକ, ଏହା ସମୁଦାୟ ଇସ୍ରାଏଲ ଜାଣନ୍ତି।
11ମାତ୍ର ମୋହର ମନ୍ତ୍ରଣା ଏହି ଯେ, ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ସମୁଦାୟ ଇସ୍ରାଏଲ ସମୁଦ୍ରତୀରସ୍ଥ ବାଲୁକା ତୁଲ୍ୟ ଅସଂଖ୍ୟ ହୋଇ ଆପଣଙ୍କ ନିକଟରେ ସଂଗୃହୀତ ହେଉନ୍ତୁ; ପୁଣି ଆପଣ ସ୍ୱୟଂ ଯୁଦ୍ଧକୁ ଯାଉନ୍ତୁ।
12ତହିଁରେ ଯେଉଁ ସ୍ଥାନରେ ତାଙ୍କର ସନ୍ଧାନ ମିଳିବ, ସେହି ସ୍ଥାନରେ ଆମ୍ଭେମାନେ ତାଙ୍କ ନିକଟରେ ଉପସ୍ଥିତ ହେବୁ ଓ ଭୂମିରେ ଶିଶିର ପଡ଼ିବା ପରି ତାଙ୍କ ଉପରେ ପଡ଼ିବୁ; ପୁଣି ତାଙ୍କର ଓ ତାଙ୍କ ସଙ୍ଗୀମାନଙ୍କ ମଧ୍ୟରୁ ଜଣକୁ ହିଁ ଅବଶିଷ୍ଟ ରଖିବୁ ନାହିଁ।
13ଆହୁରି ଯଦି ସେ କୌଣସି ନଗରକୁ ଯାଇଥିବେ, ତେବେ ସମସ୍ତ ଇସ୍ରାଏଲ ସେହି ନଗରକୁ ଦଉଡ଼ି ଆଣିବେ ଓ ତହିଁରେ ଗୋଟିଏ ଗୋଡ଼ି ନ ରହିବା ପର୍ଯ୍ୟନ୍ତ ଆମ୍ଭେମାନେ ତାହା ନଦୀକୁ ଟାଣି ନେବୁ।”