ଦ୍ୱିତୀୟ ଶାମୁୟେଲ 17

ଆହୁରି ଯଦି ସେ କୌଣସି ନଗରକୁ ଯାଇଥିବେ, ତେବେ ସମସ୍ତ ଇସ୍ରାଏଲ ସେହି ନଗରକୁ ଦଉଡ଼ି ଆଣିବେ ଓ ତହିଁରେ ଗୋଟିଏ ଗୋଡ଼ି ନ ରହିବା ପର୍ଯ୍ୟନ୍ତ ଆମ୍ଭେମାନେ ତାହା ନଦୀକୁ ଟାଣି ନେବୁ।”

2 Samuel 17:13 (UKJV) Moreover, if he be got into a city, then shall all Israel bring ropes to that city, and we will draw it into the river, until there be not one small stone found there.

11ମାତ୍ର ମୋହର ମନ୍ତ୍ରଣା ଏହି ଯେ, ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ସମୁଦାୟ ଇସ୍ରାଏଲ ସମୁଦ୍ରତୀରସ୍ଥ ବାଲୁକା ତୁଲ୍ୟ ଅସଂଖ୍ୟ ହୋଇ ଆପଣଙ୍କ ନିକଟରେ ସଂଗୃହୀତ ହେଉନ୍ତୁ; ପୁଣି ଆପଣ ସ୍ୱୟଂ ଯୁଦ୍ଧକୁ ଯାଉନ୍ତୁ।

12ତହିଁରେ ଯେଉଁ ସ୍ଥାନରେ ତାଙ୍କର ସନ୍ଧାନ ମିଳିବ, ସେହି ସ୍ଥାନରେ ଆମ୍ଭେମାନେ ତାଙ୍କ ନିକଟରେ ଉପସ୍ଥିତ ହେବୁ ଓ ଭୂମିରେ ଶିଶିର ପଡ଼ିବା ପରି ତାଙ୍କ ଉପରେ ପଡ଼ିବୁ; ପୁଣି ତାଙ୍କର ଓ ତାଙ୍କ ସଙ୍ଗୀମାନଙ୍କ ମଧ୍ୟରୁ ଜଣକୁ ହିଁ ଅବଶିଷ୍ଟ ରଖିବୁ ନାହିଁ।

13ଆହୁରି ଯଦି ସେ କୌଣସି ନଗରକୁ ଯାଇଥିବେ, ତେବେ ସମସ୍ତ ଇସ୍ରାଏଲ ସେହି ନଗରକୁ ଦଉଡ଼ି ଆଣିବେ ଓ ତହିଁରେ ଗୋଟିଏ ଗୋଡ଼ି ନ ରହିବା ପର୍ଯ୍ୟନ୍ତ ଆମ୍ଭେମାନେ ତାହା ନଦୀକୁ ଟାଣି ନେବୁ।”

14ତହିଁରେ ଅବଶାଲୋମ ଓ ସମୁଦାୟ ଇସ୍ରାଏଲ ଲୋକ କହିଲେ, “ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ।” ଯେହେତୁ ସଦାପ୍ରଭୁ ଅବଶାଲୋମ ପ୍ରତି ଅମଙ୍ଗଳ ଘଟାଇବା ଅଭିପ୍ରାୟରେ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସ୍ଥିର କରିଥିଲେ।

15ଏଥିଉତ୍ତାରେ ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ହୂଶୟ କହିଲା, “ଅବଶାଲୋମଙ୍କୁ ଓ ଇସ୍ରାଏଲର ପ୍ରାଚୀନଗଣଙ୍କୁ ଅହୀଥୋଫଲ ଏହିପରି ଭାବରେ ମନ୍ତ୍ରଣା ଦେଇଥିଲା, ମାତ୍ର ମୁଁ ଏହିପରି ଭାବରେ ମନ୍ତ୍ରଣା ଦେଲି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.