ଦ୍ୱିତୀୟ ଶାମୁୟେଲ 17

ମାତ୍ର ଏକ ଯୁବା ସେମାନଙ୍କୁ ଦେଖି ଅବଶାଲୋମଙ୍କୁ ଜଣାଇଲା; ତହୁଁ ସେ ଦୁହେଁ ଶୀଘ୍ର ଯାଇ ବହୁରୀମରେ ଜଣକର ଗୃହରେ ପ୍ରବେଶ କଲେ ଓ ତାହାର ପ୍ରାଙ୍ଗଣ ମଧ୍ୟରେ ଏକ କୂପ ଥିବାରୁ, ସେମାନେ ତହିଁ ଭିତରକୁ ଗଲେ।

2 Samuel 17:18 (UKJV) Nevertheless a lad saw them, and told Absalom: but they went both of them away quickly, and came to a man's house in Bahurim, which had a well in his court; where they went down.

16ଏହେତୁ ଏବେ ଶୀଘ୍ର ଲୋକ ପଠାଇ ଦାଉଦଙ୍କୁ ଜଣାଇ କୁହ, ‘ପ୍ରାନ୍ତରସ୍ଥ ଘାଟି ନିକଟରେ ଆଜି ରାତ୍ରି ଯାପନ କର ନାହିଁ, ମାତ୍ର କୌଣସିମତେ ପାର ହୋଇ ଚାଲିଯାଅ; ନୋହିଲେ ମହାରାଜା ଓ ତାଙ୍କ ସଙ୍ଗୀ ଲୋକ ସମସ୍ତେ ସଂହାରିତ ହେବେ।’”

17ସେହି ସମୟରେ ଯୋନାଥନ ଓ ଅହୀମାସ୍‍ ଐନ୍‍-ରୋଗେଲରେ ରହିଥିଲେ; ଆଉ ସେମାନେ ଯେପରି ନଗରକୁ ଆସିବାର ଦେଖା ନ ଯିବେ, ଏଥିପାଇଁ ଏକ ଦାସୀ ଯାଇ ସେମାନଙ୍କୁ ସମ୍ବାଦ ଦେଉଥାଏ; ଆଉ ସେମାନେ ଯାଇ ଦାଉଦ ରାଜାଙ୍କୁ ସମ୍ବାଦ ଦେଉଥାʼନ୍ତି।

18ମାତ୍ର ଏକ ଯୁବା ସେମାନଙ୍କୁ ଦେଖି ଅବଶାଲୋମଙ୍କୁ ଜଣାଇଲା; ତହୁଁ ସେ ଦୁହେଁ ଶୀଘ୍ର ଯାଇ ବହୁରୀମରେ ଜଣକର ଗୃହରେ ପ୍ରବେଶ କଲେ ଓ ତାହାର ପ୍ରାଙ୍ଗଣ ମଧ୍ୟରେ ଏକ କୂପ ଥିବାରୁ, ସେମାନେ ତହିଁ ଭିତରକୁ ଗଲେ।

19ତହିଁରେ ଗୃହିଣୀ ଗୋଟିଏ ଢାଙ୍କୁଣୀ ନେଇ କୂପ ମୁଖରେ ଦେଇ ତହିଁ ଉପରେ ମର୍ଦ୍ଦିତ ଶସ୍ୟ ବିଛାଇ ଦେଲା; ଏଣୁ କିଛି ଜଣା ପଡ଼ିଲା ନାହିଁ।

20ଏଉତ୍ତାରେ ଅବଶାଲୋମର ଦାସମାନେ ସେହି ସ୍ତ୍ରୀର ଗୃହକୁ ଆସି ପଚାରିଲେ, “ଅହୀମାସ୍‍ ଓ ଯୋନାଥନ କାହାନ୍ତି?” ତହିଁରେ ସେ ସ୍ତ୍ରୀ ସେମାନଙ୍କୁ କହିଲା, “ସେମାନେ ନଦୀ ପାର ହୋଇ ଗଲେଣି।” ତହୁଁ ସେମାନେ ଖୋଜି ନ ପାଇବାରୁ ଯିରୂଶାଲମକୁ ଫେରିଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.