1ଆହୁରି ଅହୀଥୋଫଲ ଅବଶାଲୋମଙ୍କୁ କହିଲା, “ମୁଁ ବାର ହଜାର ଲୋକ ବାଛି ଆଜି ରାତ୍ରି ଉଠି ଦାଉଦଙ୍କର ପଛେ ଗୋଡ଼ାଇବି।
2ପୁଣି ସେ କ୍ଳାନ୍ତ ଓ ଶିଥିଳ ହସ୍ତ ଥିବା ବେଳେ ମୁଁ ତାଙ୍କୁ ଆକ୍ରମଣ କରି ଭୟ ଦେଖାଇବି; ତହିଁରେ ତାଙ୍କର ସମସ୍ତ ସଙ୍ଗୀ ଲୋକ ପଳାଇବେ; ପୁଣି ମୁଁ କେବଳ ରାଜାଙ୍କୁ ଆଘାତ କରିବି।
3ଆଉ ଯେପରି ଜଣେ ସ୍ତ୍ରୀ ବିବାହ ପରେ ସ୍ୱାମୀଙ୍କ ନିକଟକୁ ଆସେ; ସେହିପରି ମୁଁ ସମସ୍ତ ଲୋକଙ୍କୁ ତୁମ୍ଭ ନିକଟକୁ ଫେରାଇ ଆଣିବି; ତହିଁରେ ସମସ୍ତ ଲୋକ ତୁମ୍ଭ ଅଧୀନରେ ଶାନ୍ତିରେ ରହିବେ।”
4ସେତେବେଳେ ଏହି କଥା ଅବଶାଲୋମର ଓ ଇସ୍ରାଏଲୀୟ ସମସ୍ତ ପ୍ରାଚୀନବର୍ଗର ଦୃଷ୍ଟିରେ ପସନ୍ଦ ହେଲା।