18ମାତ୍ର ଏକ ଯୁବା ସେମାନଙ୍କୁ ଦେଖି ଅବଶାଲୋମଙ୍କୁ ଜଣାଇଲା; ତହୁଁ ସେ ଦୁହେଁ ଶୀଘ୍ର ଯାଇ ବହୁରୀମରେ ଜଣକର ଗୃହରେ ପ୍ରବେଶ କଲେ ଓ ତାହାର ପ୍ରାଙ୍ଗଣ ମଧ୍ୟରେ ଏକ କୂପ ଥିବାରୁ, ସେମାନେ ତହିଁ ଭିତରକୁ ଗଲେ।
19ତହିଁରେ ଗୃହିଣୀ ଗୋଟିଏ ଢାଙ୍କୁଣୀ ନେଇ କୂପ ମୁଖରେ ଦେଇ ତହିଁ ଉପରେ ମର୍ଦ୍ଦିତ ଶସ୍ୟ ବିଛାଇ ଦେଲା; ଏଣୁ କିଛି ଜଣା ପଡ଼ିଲା ନାହିଁ।
20ଏଉତ୍ତାରେ ଅବଶାଲୋମର ଦାସମାନେ ସେହି ସ୍ତ୍ରୀର ଗୃହକୁ ଆସି ପଚାରିଲେ, “ଅହୀମାସ୍ ଓ ଯୋନାଥନ କାହାନ୍ତି?” ତହିଁରେ ସେ ସ୍ତ୍ରୀ ସେମାନଙ୍କୁ କହିଲା, “ସେମାନେ ନଦୀ ପାର ହୋଇ ଗଲେଣି।” ତହୁଁ ସେମାନେ ଖୋଜି ନ ପାଇବାରୁ ଯିରୂଶାଲମକୁ ଫେରିଗଲେ।
21ଏଣୁ ସେମାନେ ଗଲା ଉତ୍ତାରେ ସେ ଦୁଇ ଜଣ କୂପରୁ ବାହାରି ଦାଉଦ ରାଜାଙ୍କ ନିକଟକୁ ଯାଇ ଜଣାଇଲେ; ଆଉ ସେମାନେ ଦାଉଦଙ୍କୁ କହିଲେ, “ତୁମ୍ଭେମାନେ ଉଠ, ଶୀଘ୍ର ଜଳ ପାର ହୋଇଯାଅ, କାରଣ ଅହୀଥୋଫଲ ତୁମ୍ଭମାନଙ୍କ ବିରୁଦ୍ଧରେ ଏପରି ଏପରି ମନ୍ତ୍ରଣା ଦେଇଅଛି।”
22ଏଥିରେ ଦାଉଦ ଓ ତାଙ୍କ ସଙ୍ଗୀ ସମସ୍ତ ଲୋକ ଉଠି ଯର୍ଦ୍ଦନ ପାର ହୋଇଗଲେ; ପ୍ରଭାତ ଆଲୁଅ ସମୟ ପୁର୍ବରୁ ଯେ ଯର୍ଦ୍ଦନ ପାର ହୋଇଯାଇ ନ ଥିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ।