22ଏଥିରେ ଦାଉଦ ଓ ତାଙ୍କ ସଙ୍ଗୀ ସମସ୍ତ ଲୋକ ଉଠି ଯର୍ଦ୍ଦନ ପାର ହୋଇଗଲେ; ପ୍ରଭାତ ଆଲୁଅ ସମୟ ପୁର୍ବରୁ ଯେ ଯର୍ଦ୍ଦନ ପାର ହୋଇଯାଇ ନ ଥିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ।
23ଏଉତ୍ତାରେ ଅହୀଥୋଫଲ ଆପଣା ମନ୍ତ୍ରଣାନୁସାରେ କର୍ମ କରା ନ ଯିବାର ଦେଖି ଆପଣା ଗର୍ଦ୍ଦଭ ସଜାଇ ଉଠି ନିଜ ଗୃହ ଓ ନିଜ ନଗରକୁ ଗଲା ଓ ଆପଣା ଗୃହ ସମସ୍ତ ବିଷୟ ସଜାଡ଼ି ଆପଣାକୁ ଫାଶୀ ଦେଲା; ଏରୂପେ ସେ ମଲା, ପୁଣି ଆପଣା ପିତାର କବରରେ କବର ପାଇଲା।
24ଏଥିମଧ୍ୟରେ ଦାଉଦ ମହନୟିମରେ ଉପସ୍ଥିତ ହେଲେ। ପୁଣି ଅବଶାଲୋମ ଓ ତାହାର ସଙ୍ଗୀ ସମସ୍ତ ଇସ୍ରାଏଲ ଲୋକ ଯର୍ଦ୍ଦନ ପାର ହେଲେ।
25ଆଉ ଅବଶାଲୋମ ଯୋୟାବ ବଦଳରେ ଅମାସାଙ୍କୁ ସୈନ୍ୟ ଉପରେ ନିଯୁକ୍ତ କଲା। ଏହି ଅମାସା ଇସ୍ରାଏଲୀୟ ଯେଥର ନାମକ ଏକ ବ୍ୟକ୍ତିର ପୁତ୍ର, ସେ ବ୍ୟକ୍ତି ଯୋୟାବର ମାତା ସରୁୟାର ଭଗିନୀ, ନାହଶର କନ୍ୟା ଅବୀଗଲ ସହିତ ସହବାସ କରିଥିଲା।
26ପୁଣି ଇସ୍ରାଏଲ ଓ ଅବଶାଲୋମ ଗିଲୀୟଦ ଦେଶରେ ଛାଉଣି ସ୍ଥାପନ କଲେ।