24ଏଥିମଧ୍ୟରେ ଦାଉଦ ମହନୟିମରେ ଉପସ୍ଥିତ ହେଲେ। ପୁଣି ଅବଶାଲୋମ ଓ ତାହାର ସଙ୍ଗୀ ସମସ୍ତ ଇସ୍ରାଏଲ ଲୋକ ଯର୍ଦ୍ଦନ ପାର ହେଲେ।
25ଆଉ ଅବଶାଲୋମ ଯୋୟାବ ବଦଳରେ ଅମାସାଙ୍କୁ ସୈନ୍ୟ ଉପରେ ନିଯୁକ୍ତ କଲା। ଏହି ଅମାସା ଇସ୍ରାଏଲୀୟ ଯେଥର ନାମକ ଏକ ବ୍ୟକ୍ତିର ପୁତ୍ର, ସେ ବ୍ୟକ୍ତି ଯୋୟାବର ମାତା ସରୁୟାର ଭଗିନୀ, ନାହଶର କନ୍ୟା ଅବୀଗଲ ସହିତ ସହବାସ କରିଥିଲା।
26ପୁଣି ଇସ୍ରାଏଲ ଓ ଅବଶାଲୋମ ଗିଲୀୟଦ ଦେଶରେ ଛାଉଣି ସ୍ଥାପନ କଲେ।
27ଏଥିଉତ୍ତାରେ ଦାଉଦ ମହନୟିମରେ ଉପସ୍ଥିତ ହୁଅନ୍ତେ, ଅମ୍ମୋନ-ସନ୍ତାନଗଣର ରବ୍ବା ନିବାସୀ ନାହଶର ପୁତ୍ର ଶୋବି ଓ ଲୋ-ଦବାର ନିବାସୀ ଅମ୍ମୀୟେଲର ପୁତ୍ର ମାଖୀର, ଆଉ ରୋଗଲୀମ ନିବାସୀ ଗିଲୀୟଦୀୟ ବର୍ସିଲ୍ଲୟ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ
28ଶଯ୍ୟା, ପାନପାତ୍ର, ମୃତ୍ତିକା ପାତ୍ର, ପୁଣି ଆହାରାର୍ଥେ ଗହମ, ଯବ, ମଇଦା, ଭଜା ଶସ୍ୟ, ଶିମ, ମସୁର ଓ ଭଜା ବିରି