ଦ୍ୱିତୀୟ ଶାମୁୟେଲ 17

ଏଥିଉତ୍ତାରେ ଦାଉଦ ମହନୟିମରେ ଉପସ୍ଥିତ ହୁଅନ୍ତେ, ଅମ୍ମୋନ-ସନ୍ତାନଗଣର ରବ୍ବା ନିବାସୀ ନାହଶର ପୁତ୍ର ଶୋବି ଓ ଲୋ-ଦବାର ନିବାସୀ ଅମ୍ମୀୟେଲର ପୁତ୍ର ମାଖୀର, ଆଉ ରୋଗଲୀମ ନିବାସୀ ଗିଲୀୟଦୀୟ ବର୍ସିଲ୍ଲୟ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ

2 Samuel 17:27 (UKJV) And it came to pass, when David was come to Mahanaim, that Shobi the son of Nahash of Rabbah of the children of Ammon, and Machir the son of Ammiel of Lodebar, and Barzillai the Gileadite of Rogelim,

25ଆଉ ଅବଶାଲୋମ ଯୋୟାବ ବଦଳରେ ଅମାସାଙ୍କୁ ସୈନ୍ୟ ଉପରେ ନିଯୁକ୍ତ କଲା। ଏହି ଅମାସା ଇସ୍ରାଏଲୀୟ ଯେଥର ନାମକ ଏକ ବ୍ୟକ୍ତିର ପୁତ୍ର, ସେ ବ୍ୟକ୍ତି ଯୋୟାବର ମାତା ସରୁୟାର ଭଗିନୀ, ନାହଶର କନ୍ୟା ଅବୀଗଲ ସହିତ ସହବାସ କରିଥିଲା।

26ପୁଣି ଇସ୍ରାଏଲ ଓ ଅବଶାଲୋମ ଗିଲୀୟଦ ଦେଶରେ ଛାଉଣି ସ୍ଥାପନ କଲେ।

27ଏଥିଉତ୍ତାରେ ଦାଉଦ ମହନୟିମରେ ଉପସ୍ଥିତ ହୁଅନ୍ତେ, ଅମ୍ମୋନ-ସନ୍ତାନଗଣର ରବ୍ବା ନିବାସୀ ନାହଶର ପୁତ୍ର ଶୋବି ଓ ଲୋ-ଦବାର ନିବାସୀ ଅମ୍ମୀୟେଲର ପୁତ୍ର ମାଖୀର, ଆଉ ରୋଗଲୀମ ନିବାସୀ ଗିଲୀୟଦୀୟ ବର୍ସିଲ୍ଲୟ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ

28ଶଯ୍ୟା, ପାନପାତ୍ର, ମୃତ୍ତିକା ପାତ୍ର, ପୁଣି ଆହାରାର୍ଥେ ଗହମ, ଯବ, ମଇଦା, ଭଜା ଶସ୍ୟ, ଶିମ, ମସୁର ଓ ଭଜା ବିରି

29ପୁଣି ମଧୁ, ଦହି, ମେଷ ଓ ଗୋ-ଛେନା ଆଣିଲେ; ତହୁଁ ଦାଉଦ ଓ ତାଙ୍କ ସହିତ ଥିବା ଲୋକମାନେ ଖାଇଲେ; କାରଣ ସେମାନେ କହିଲେ, “ଲୋକମାନେ ପ୍ରାନ୍ତରରେ କ୍ଷୁଧିତ ଓ କ୍ଳାନ୍ତ ଓ ତୃଷିତ ହୋଇଥିବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.