4ସେତେବେଳେ ଏହି କଥା ଅବଶାଲୋମର ଓ ଇସ୍ରାଏଲୀୟ ସମସ୍ତ ପ୍ରାଚୀନବର୍ଗର ଦୃଷ୍ଟିରେ ପସନ୍ଦ ହେଲା।
5ତେବେ ଅବଶାଲୋମ କହିଲା, “ଅର୍କୀୟ ହୂଶୟକୁ ମଧ୍ୟ ଡାକ, ଆଉ ସେ କʼଣ କହେ, ତାହା ମଧ୍ୟ ଶୁଣିବା।”
6ତହୁଁ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ଅବଶାଲୋମ ତାହାକୁ କହିଲା, “ଅହୀଥୋଫଲ ଏପରି ଏପରି କହୁଅଛି; ଆମ୍ଭେମାନେ ତାହା କଥାନୁସାରେ କରିବା କି? ଯଦି ନ କରିବା, ତେବେ ତୁମ୍ଭେ କୁହ।”
7ତହିଁରେ ହୂଶୟ ଅବଶାଲୋମଙ୍କୁ କହିଲା, “ଅହୀଥୋଫଲ ଯେଉଁ ମନ୍ତ୍ରଣା ଦେଇଅଛି, ତାହା ଭଲ ନୁହେଁ।”
8ହୂଶୟ ଆହୁରି କହିଲା, “ଆପଣ ଆପଣା ପିତାଙ୍କୁ ଓ ତାଙ୍କ ଲୋକମାନଙ୍କୁ ଜାଣନ୍ତି, ସେମାନେ ତ ବୀର ଓ କ୍ଷେତ୍ରରେ ଛୁଆହରା ଭଲ୍ଲୁକୀ ପରି ସେମାନେ ଉଗ୍ର ହୋଇଥିବେ, ପୁଣି ଆପଣଙ୍କ ପିତା ଯୋଦ୍ଧା ଓ ସେ ରାତ୍ରିରେ ଲୋକମାନଙ୍କ ସଙ୍ଗରେ ରହିବେ ନାହିଁ।