6ତହୁଁ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ଅବଶାଲୋମ ତାହାକୁ କହିଲା, “ଅହୀଥୋଫଲ ଏପରି ଏପରି କହୁଅଛି; ଆମ୍ଭେମାନେ ତାହା କଥାନୁସାରେ କରିବା କି? ଯଦି ନ କରିବା, ତେବେ ତୁମ୍ଭେ କୁହ।”
7ତହିଁରେ ହୂଶୟ ଅବଶାଲୋମଙ୍କୁ କହିଲା, “ଅହୀଥୋଫଲ ଯେଉଁ ମନ୍ତ୍ରଣା ଦେଇଅଛି, ତାହା ଭଲ ନୁହେଁ।”
8ହୂଶୟ ଆହୁରି କହିଲା, “ଆପଣ ଆପଣା ପିତାଙ୍କୁ ଓ ତାଙ୍କ ଲୋକମାନଙ୍କୁ ଜାଣନ୍ତି, ସେମାନେ ତ ବୀର ଓ କ୍ଷେତ୍ରରେ ଛୁଆହରା ଭଲ୍ଲୁକୀ ପରି ସେମାନେ ଉଗ୍ର ହୋଇଥିବେ, ପୁଣି ଆପଣଙ୍କ ପିତା ଯୋଦ୍ଧା ଓ ସେ ରାତ୍ରିରେ ଲୋକମାନଙ୍କ ସଙ୍ଗରେ ରହିବେ ନାହିଁ।
9ଦେଖନ୍ତୁ, ସେ ଏବେ କୌଣସି ଗର୍ତ୍ତରେ କି ଅନ୍ୟ କୌଣସି ସ୍ଥାନରେ ଲୁଚି କରିଅଛନ୍ତି; ଆଉ ପ୍ରଥମେ ଏମାନଙ୍କ ମଧ୍ୟରୁ କେତେକ ପତିତ ହେଲେ ବୋଲି କେହି ଶୁଣିଲେ କହିବ ଯେ, ‘ଅବଶାଲୋମର ଅନୁଗାମୀ ଲୋକମାନଙ୍କ ମଧ୍ୟରେ ସଂହାର ହେଉଅଛି।’
10ତାହାହେଲେ, ଯେଉଁ ବିକ୍ରମଶାଳୀର ହୃଦୟ ସିଂହର ହୃଦୟ ତୁଲ୍ୟ, ସେ ମଧ୍ୟ ନିତାନ୍ତ ତରଳି ଯିବ; କାରଣ ଆପଣଙ୍କ ପିତା ଯେ ବୀର ଓ ତାଙ୍କ ସଙ୍ଗୀମାନେ ଯେ ବିକ୍ରମଶାଳୀ ଲୋକ, ଏହା ସମୁଦାୟ ଇସ୍ରାଏଲ ଜାଣନ୍ତି।