11ତହୁଁ ଯୋୟାବ ତାହା ଜଣାଇବା ଲୋକଙ୍କୁ କହିଲା, “ଦେଖ! ତୁମ୍ଭେ ଏହା ଦେଖିଲ, ମାତ୍ର କାହିଁକି ତୁମ୍ଭେ ସେଠାରେ ତାଙ୍କୁ ମାରି ଭୂମିରେ ପକାଇ ନ ଦେଲ? ତାହା କରିଥିଲେ, ମୁଁ ତୁମ୍ଭକୁ ଦଶ ଖଣ୍ଡ ରୂପା ଓ ଏକ କଟିବନ୍ଧନ ଦେଇଥାʼନ୍ତି।”
12ତହିଁରେ ସେହି ବ୍ୟକ୍ତି ଯୋୟାବକୁ କହିଲା, “ମୁଁ ଆପଣା ଅଞ୍ଜଳିରେ ସହସ୍ର ଖଣ୍ଡ ରୂପା ପ୍ରାପ୍ତ ହେଲେ ହେଁ ସେହି ରାଜପୁତ୍ର ବିରୁଦ୍ଧରେ ଆପଣା ହସ୍ତ ପ୍ରସାର କରନ୍ତି ନାହିଁ, କାରଣ ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ରାଜା ତୁମ୍ଭକୁ ଓ ଅବୀଶୟକୁ ଓ ଇତ୍ତୟକୁ ଏହି ଆଜ୍ଞା ଦେଇଥିଲେ, ‘ତୁମ୍ଭେମାନେ କେହି ଯୁବା ଅବଶାଲୋମଙ୍କୁ ସ୍ପର୍ଶ କରିବ ନାହିଁ।’
13ଯଦି ମୁଁ ତାହାର ପ୍ରାଣ ବିରୁଦ୍ଧରେ ବିଶ୍ୱାସଘାତକତା କରିଥାʼନ୍ତି, ତେବେ ତୁମ୍ଭେ ନିଜେ ତ ଅଲଗା ହୋଇ ଠିଆ ହୋଇଥାʼନ୍ତ; କାରଣ ରାଜାଙ୍କଠାରୁ କୌଣସି ବିଷୟ ଗୁପ୍ତ ରହେ ନାହିଁ।”
14ତେବେ ଯୋୟାବ କହିଲା, “ମୁଁ ଏପରି ବିଳମ୍ବ କରି ନ ପାରେ।” ତହୁଁ ସେ ଆପଣା ହସ୍ତରେ ତିନୋଟି ବର୍ଚ୍ଛା ନେଇ ଅବଶାଲୋମ ଅଲୋନ ବୃକ୍ଷରେ ଜୀବିତ ଥାଉ ଥାଉ ତାହା ଦେହରେ ବିନ୍ଧିଲା।
15ଏଉତ୍ତାରେ ଯୋୟାବର ଅସ୍ତ୍ରବାହକ ଦଶ ଜଣ ଯୁବା ଅବଶାଲୋମଙ୍କୁ ଚାରିଆଡ଼େ ଘେରି ତାହାକୁ ଆଘାତ କରି ବଧ କଲେ।