14ତେବେ ଯୋୟାବ କହିଲା, “ମୁଁ ଏପରି ବିଳମ୍ବ କରି ନ ପାରେ।” ତହୁଁ ସେ ଆପଣା ହସ୍ତରେ ତିନୋଟି ବର୍ଚ୍ଛା ନେଇ ଅବଶାଲୋମ ଅଲୋନ ବୃକ୍ଷରେ ଜୀବିତ ଥାଉ ଥାଉ ତାହା ଦେହରେ ବିନ୍ଧିଲା।
15ଏଉତ୍ତାରେ ଯୋୟାବର ଅସ୍ତ୍ରବାହକ ଦଶ ଜଣ ଯୁବା ଅବଶାଲୋମଙ୍କୁ ଚାରିଆଡ଼େ ଘେରି ତାହାକୁ ଆଘାତ କରି ବଧ କଲେ।
16ତହୁଁ ଯୋୟାବ ତୂରୀ ବଜାନ୍ତେ, ସୈନ୍ୟମାନେ ଇସ୍ରାଏଲର ପଶ୍ଚାତ୍ଗମନରୁ ବାହୁଡ଼ି ଆସିଲେ; କାରଣ ଯୋୟାବ ସୈନ୍ୟମାନଙ୍କୁ ଅଟକାଇଲା।
17ଆଉ ସୈନ୍ୟମାନେ ଅବଶାଲୋମଙ୍କୁ ନେଇ ବନ ମଧ୍ୟରେ ଥିବା ଗର୍ତ୍ତରେ ପକାଇ ତାହା ଉପରେ ଏକ ବଡ଼ ପ୍ରସ୍ତରରାଶି କଲେ; ତହୁଁ ସମସ୍ତ ଇସ୍ରାଏଲ ଆପଣା ତମ୍ବୁକୁ ଗଲେ।
18ଅବଶାଲୋମ ବଞ୍ଚିଥିବା ବେଳେ ରାଜାଙ୍କର ତଳଭୂମିରେ ଏକ ସ୍ତମ୍ଭ ନିର୍ମାଣ କରି ଆପଣା ପାଇଁ ସ୍ଥାପନ କରିଥିଲା; କାରଣ ସେ କହିଥିଲା, “ମୋʼ ନାମ ସ୍ମରଣରେ ରଖିବାକୁ ମୋହର ପୁତ୍ର ନାହିଁ;” ଏହେତୁ ସେ ଆପଣା ନାମାନୁସାରେ ସେହି ସ୍ତମ୍ଭର ନାମ ରଖିଲା; ସେହି ଦିନଠାରୁ ଅାଜି ପର୍ଯ୍ୟନ୍ତ ଅବଶାଲୋମର ସ୍ମରଣାର୍ଥକ ସ୍ତମ୍ଭ ବୋଲି ତହିଁର ନାମ ରହିଅଛି।