ଦ୍ୱିତୀୟ ଶାମୁୟେଲ 18

ଏଉତ୍ତାରେ ସାଦୋକର ପୁତ୍ର ଅହୀମାସ୍‍ କହିଲା, “ସଦାପ୍ରଭୁ କିପରି ରାଜାଙ୍କର ଶତ୍ରୁମାନଙ୍କଠାରୁ ସୁରକ୍ଷା ଦେଇଅଛନ୍ତି, ଏହି ସୁସମ୍ବାଦ ତାଙ୍କ ନିକଟକୁ ନେବା ପାଇଁ ମୁଁ ଏବେ ଦୌଡ଼ି ଯାଏ।”

2 Samuel 18:19 (UKJV) Then said Ahimaaz the son of Zadok, Let me now run, and bear the king tidings, how that the LORD has avenged him of his enemies.

17ଆଉ ସୈନ୍ୟମାନେ ଅବଶାଲୋମଙ୍କୁ ନେଇ ବନ ମଧ୍ୟରେ ଥିବା ଗର୍ତ୍ତରେ ପକାଇ ତାହା ଉପରେ ଏକ ବଡ଼ ପ୍ରସ୍ତରରାଶି କଲେ; ତହୁଁ ସମସ୍ତ ଇସ୍ରାଏଲ ଆପଣା ତମ୍ବୁକୁ ଗଲେ।

18ଅବଶାଲୋମ ବଞ୍ଚିଥିବା ବେଳେ ରାଜାଙ୍କର ତଳଭୂମିରେ ଏକ ସ୍ତମ୍ଭ ନିର୍ମାଣ କରି ଆପଣା ପାଇଁ ସ୍ଥାପନ କରିଥିଲା; କାରଣ ସେ କହିଥିଲା, “ମୋʼ ନାମ ସ୍ମରଣରେ ରଖିବାକୁ ମୋହର ପୁତ୍ର ନାହିଁ;” ଏହେତୁ ସେ ଆପଣା ନାମାନୁସାରେ ସେହି ସ୍ତମ୍ଭର ନାମ ରଖିଲା; ସେହି ଦିନଠାରୁ ଅାଜି ପର୍ଯ୍ୟନ୍ତ ଅବଶାଲୋମର ସ୍ମରଣାର୍ଥକ ସ୍ତମ୍ଭ ବୋଲି ତହିଁର ନାମ ରହିଅଛି।

19ଏଉତ୍ତାରେ ସାଦୋକର ପୁତ୍ର ଅହୀମାସ୍‍ କହିଲା, “ସଦାପ୍ରଭୁ କିପରି ରାଜାଙ୍କର ଶତ୍ରୁମାନଙ୍କଠାରୁ ସୁରକ୍ଷା ଦେଇଅଛନ୍ତି, ଏହି ସୁସମ୍ବାଦ ତାଙ୍କ ନିକଟକୁ ନେବା ପାଇଁ ମୁଁ ଏବେ ଦୌଡ଼ି ଯାଏ।”

20ତହିଁରେ ଯୋୟାବ ତାହାଙ୍କୁ କହିଲା, “ଆଜି ତୁମ୍ଭେ ସୁସମ୍ବାଦବାହକ ହେବ ନାହିଁ, ମାତ୍ର ଅନ୍ୟ ଦିନ ସୁସମ୍ବାଦ ନେବ; ରାଜାଙ୍କ ପୁତ୍ର ମରିଅଛି, ଏହେତୁ ଆଜି ତୁମ୍ଭେ ସୁସମ୍ବାଦ ନେବ ନାହିଁ।”

21ତେବେ ଯୋୟାବ କୂଶୀୟଙ୍କୁ କହିଲା, “ତୁମ୍ଭେ ଯାହା ଦେଖିଅଛ, ତାହା ତୁମ୍ଭେ ରାଜାଙ୍କୁ ଯାଇ ଜଣାଅ।” ଏଥିରେ କୂଶୀୟ ଯୋୟାବକୁ ପ୍ରଣାମ କରି ଦୌଡ଼ିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.