ଦ୍ୱିତୀୟ ଶାମୁୟେଲ 18

ତେବେ ଯୋୟାବ କୂଶୀୟଙ୍କୁ କହିଲା, “ତୁମ୍ଭେ ଯାହା ଦେଖିଅଛ, ତାହା ତୁମ୍ଭେ ରାଜାଙ୍କୁ ଯାଇ ଜଣାଅ।” ଏଥିରେ କୂଶୀୟ ଯୋୟାବକୁ ପ୍ରଣାମ କରି ଦୌଡ଼ିଲା।

2 Samuel 18:21 (UKJV) Then said Joab to Cushi, Go tell the king what you have seen. And Cushi bowed himself unto Joab, and ran.

19ଏଉତ୍ତାରେ ସାଦୋକର ପୁତ୍ର ଅହୀମାସ୍‍ କହିଲା, “ସଦାପ୍ରଭୁ କିପରି ରାଜାଙ୍କର ଶତ୍ରୁମାନଙ୍କଠାରୁ ସୁରକ୍ଷା ଦେଇଅଛନ୍ତି, ଏହି ସୁସମ୍ବାଦ ତାଙ୍କ ନିକଟକୁ ନେବା ପାଇଁ ମୁଁ ଏବେ ଦୌଡ଼ି ଯାଏ।”

20ତହିଁରେ ଯୋୟାବ ତାହାଙ୍କୁ କହିଲା, “ଆଜି ତୁମ୍ଭେ ସୁସମ୍ବାଦବାହକ ହେବ ନାହିଁ, ମାତ୍ର ଅନ୍ୟ ଦିନ ସୁସମ୍ବାଦ ନେବ; ରାଜାଙ୍କ ପୁତ୍ର ମରିଅଛି, ଏହେତୁ ଆଜି ତୁମ୍ଭେ ସୁସମ୍ବାଦ ନେବ ନାହିଁ।”

21ତେବେ ଯୋୟାବ କୂଶୀୟଙ୍କୁ କହିଲା, “ତୁମ୍ଭେ ଯାହା ଦେଖିଅଛ, ତାହା ତୁମ୍ଭେ ରାଜାଙ୍କୁ ଯାଇ ଜଣାଅ।” ଏଥିରେ କୂଶୀୟ ଯୋୟାବକୁ ପ୍ରଣାମ କରି ଦୌଡ଼ିଲା।

22ତହୁଁ ସାଦୋକର ପୁତ୍ର ଅହୀମାସ୍‍ ପୁନର୍ବାର ଯୋୟାବଙ୍କୁ କହିଲା, “ଯାହାହେଉ, ବିନୟ କରୁଅଛି, ମୁଁ ମଧ୍ୟ ସେହି କୂଶୀୟର ପଛେ ଦୌଡ଼େ।” ତହିଁରେ ଯୋୟାବ କହିଲା, “ମୋʼ ପୁତ୍ର, ତୁମ୍ଭେ କାହିଁକି ଦୌଡ଼ିବ, କାରଣ ସେହି ସମ୍ବାଦ ପାଇଁ ତୁମ୍ଭେ ତ କୌଣସି ପୁରସ୍କାର ପାଇବ ନାହଁ?”

23ମାତ୍ର ସେ କହିଲା, “ଯାହାହେଉ, ମୁଁ ଦୌଡ଼ୁଅଛି।” ତହିଁରେ ଯୋୟାବ ତାହାକୁ କହିଲା, “ଦୌଡ଼।” ତହୁଁ ଅହୀମାସ୍‍ ପ୍ରାନ୍ତର-ପଥ ଦେଇ ଦୌଡ଼ି କୂଶୀୟକୁ ପଛରେ ପକାଇ ଗଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.