ଦ୍ୱିତୀୟ ଶାମୁୟେଲ 18

ଏଉତ୍ତାରେ ପ୍ରହରୀ ଆଉ ଜଣକୁ ଦୌଡ଼ି ଆସୁଥିବାର ଦେଖିଲା; ତହିଁରେ ପ୍ରହରୀ ଉଚ୍ଚସ୍ୱରରେ ଦ୍ୱାରୀକୁ ଡାକି କହିଲା, “ଦେଖ, ଆଉ ଜଣେ ଏକାକୀ ଦୌଡ଼ି ଆସୁଅଛି।” ତହିଁରେ ରାଜା କହିଲେ, “ସେ ମଧ୍ୟ ସୁସମ୍ବାଦ ଆଣୁଅଛି।”

2 Samuel 18:26 (UKJV) And the watchman saw another man running: and the watchman called unto the gate keeper, and said, Behold another man running alone. And the king said, He also brings tidings.

24ଏହି ସମୟରେ ନଗରର ଦ୍ୱାରଦ୍ୱୟର ମଧ୍ୟସ୍ଥାନରେ ଦାଉଦ ବସିଥିଲେ; ଏଥିରେ ପ୍ରହରୀ ଦ୍ୱାରଛାତର କାନ୍ଥ ଉପରକୁ ଯାଇ ଅନାଇ ଦେଖନ୍ତେ, ଦେଖ, ଜଣେ ଲୋକ ଏକାକୀ ଦୌଡ଼ି ଆସୁଅଛି।

25ତହୁଁ ପ୍ରହରୀ ଉଚ୍ଚସ୍ୱରରେ ରାଜାଙ୍କୁ ତାହା ଜଣାନ୍ତେ, ରାଜା କହିଲେ, “ଯଦି ସେ ଏକାକୀ ଅଛି, ତେବେ ତାହା ମୁଖରେ ସୁସମ୍ବାଦ ଅଛି।” ଏଥିରେ ସେ ଆସୁ ଆସୁ ସହରର ନିକଟବର୍ତ୍ତୀ ହେଲା।

26ଏଉତ୍ତାରେ ପ୍ରହରୀ ଆଉ ଜଣକୁ ଦୌଡ଼ି ଆସୁଥିବାର ଦେଖିଲା; ତହିଁରେ ପ୍ରହରୀ ଉଚ୍ଚସ୍ୱରରେ ଦ୍ୱାରୀକୁ ଡାକି କହିଲା, “ଦେଖ, ଆଉ ଜଣେ ଏକାକୀ ଦୌଡ଼ି ଆସୁଅଛି।” ତହିଁରେ ରାଜା କହିଲେ, “ସେ ମଧ୍ୟ ସୁସମ୍ବାଦ ଆଣୁଅଛି।”

27ଏଥିରେ ପ୍ରହରୀ କହିଲା, “ପ୍ରଥମ ଲୋକର ଦୌଡ଼ ସାଦୋକର ପୁତ୍ର ଅହୀମାସ୍‍ର ଦୌଡ଼ ପରି ମୋହର ବୋଧ ହୁଏ।” ତେବେ ରାଜା କହିଲେ, “ସେ ଭଲ ଲୋକ, ସେ ଭଲ ସମ୍ବାଦ ନେଇ ଆସୁଅଛି।”

28ସେତେବେଳେ ଅହୀମାସ୍‍ ଡାକ ପକାଇ ରାଜାଙ୍କୁ କହିଲା, “ସବୁ ମଙ୍ଗଳ।” ତହୁଁ ସେ ରାଜାଙ୍କର ସମ୍ମୁଖରେ ମୁହଁ ମାଡ଼ି ପ୍ରଣାମ କରି କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ମୋହର ପ୍ରଭୁ ମହାରାଜଙ୍କ ବିରୁଦ୍ଧରେ ଯେଉଁ ମନୁଷ୍ୟମାନେ ହସ୍ତ ଉଠାଇଥିଲେ, ସେମାନଙ୍କୁ ସେ ସମର୍ପଣ କରିଦେଇଅଛନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.