27ଏଥିରେ ପ୍ରହରୀ କହିଲା, “ପ୍ରଥମ ଲୋକର ଦୌଡ଼ ସାଦୋକର ପୁତ୍ର ଅହୀମାସ୍ର ଦୌଡ଼ ପରି ମୋହର ବୋଧ ହୁଏ।” ତେବେ ରାଜା କହିଲେ, “ସେ ଭଲ ଲୋକ, ସେ ଭଲ ସମ୍ବାଦ ନେଇ ଆସୁଅଛି।”
28ସେତେବେଳେ ଅହୀମାସ୍ ଡାକ ପକାଇ ରାଜାଙ୍କୁ କହିଲା, “ସବୁ ମଙ୍ଗଳ।” ତହୁଁ ସେ ରାଜାଙ୍କର ସମ୍ମୁଖରେ ମୁହଁ ମାଡ଼ି ପ୍ରଣାମ କରି କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ମୋହର ପ୍ରଭୁ ମହାରାଜଙ୍କ ବିରୁଦ୍ଧରେ ଯେଉଁ ମନୁଷ୍ୟମାନେ ହସ୍ତ ଉଠାଇଥିଲେ, ସେମାନଙ୍କୁ ସେ ସମର୍ପଣ କରିଦେଇଅଛନ୍ତି।”
29ତହିଁରେ ରାଜା କହିଲେ, “ସେ ଯୁବା ଲୋକ ଅବଶାଲୋମର ମଙ୍ଗଳ ତ?” ତହୁଁ ଅହୀମାସ୍ ଉତ୍ତର କଲା, “ଯୋୟାବ ମହାରାଜଙ୍କ ଦାସକୁ, ଅର୍ଥାତ୍, ଆପଣଙ୍କ ଦାସ ମୋତେ ପଠାଇବା ବେଳେ ମହାଲୋକ ଗହଳି ଦେଖିଲି, ମାତ୍ର କଅଣ ହେଲା, ତାହା ଜାଣି ନାହିଁ।”
30ଏଥିରେ ରାଜା କହିଲେ, “ଏଆଡ଼େ ଆସି ଠିଆ ହୁଅ।” ତହୁଁ ସେ ଏଆଡ଼େ ଯାଇ ଠିଆ ହେଲା।
31ଏଥିମଧ୍ୟରେ ଦେଖ, ସେହି କୂଶୀୟ ପହଞ୍ଚି କହିଲା, “ମୋʼ ପ୍ରଭୁ ମହାରାଜଙ୍କ ପାଇଁ ସୁସମ୍ବାଦ ଅଛି; କାରଣ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠିଥିଲେ, ସଦାପ୍ରଭୁ ଆଜି ସେହି ସମସ୍ତଙ୍କଠାରୁ ପରିଶୋଧ ନେଇଅଛନ୍ତି।”