ଦ୍ୱିତୀୟ ଶାମୁୟେଲ 18

ଏଥିମଧ୍ୟରେ ଦେଖ, ସେହି କୂଶୀୟ ପହଞ୍ଚି କହିଲା, “ମୋʼ ପ୍ରଭୁ ମହାରାଜଙ୍କ ପାଇଁ ସୁସମ୍ବାଦ ଅଛି; କାରଣ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠିଥିଲେ, ସଦାପ୍ରଭୁ ଆଜି ସେହି ସମସ୍ତଙ୍କଠାରୁ ପରିଶୋଧ ନେଇଅଛନ୍ତି।”

2 Samuel 18:31 (UKJV) And, behold, Cushi came; and Cushi said, Tidings, my lord the king: for the LORD has avenged you this day of all them that rose up against you.

29ତହିଁରେ ରାଜା କହିଲେ, “ସେ ଯୁବା ଲୋକ ଅବଶାଲୋମର ମଙ୍ଗଳ ତ?” ତହୁଁ ଅହୀମାସ୍‍ ଉତ୍ତର କଲା, “ଯୋୟାବ ମହାରାଜଙ୍କ ଦାସକୁ, ଅର୍ଥାତ୍‍, ଆପଣଙ୍କ ଦାସ ମୋତେ ପଠାଇବା ବେଳେ ମହାଲୋକ ଗହଳି ଦେଖିଲି, ମାତ୍ର କଅଣ ହେଲା, ତାହା ଜାଣି ନାହିଁ।”

30ଏଥିରେ ରାଜା କହିଲେ, “ଏଆଡ଼େ ଆସି ଠିଆ ହୁଅ।” ତହୁଁ ସେ ଏଆଡ଼େ ଯାଇ ଠିଆ ହେଲା।

31ଏଥିମଧ୍ୟରେ ଦେଖ, ସେହି କୂଶୀୟ ପହଞ୍ଚି କହିଲା, “ମୋʼ ପ୍ରଭୁ ମହାରାଜଙ୍କ ପାଇଁ ସୁସମ୍ବାଦ ଅଛି; କାରଣ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠିଥିଲେ, ସଦାପ୍ରଭୁ ଆଜି ସେହି ସମସ୍ତଙ୍କଠାରୁ ପରିଶୋଧ ନେଇଅଛନ୍ତି।”

32ତହିଁରେ ରାଜା ସେହି କୂଶୀୟଙ୍କୁ ପଚାରିଲେ, “ସେହି ଯୁବା ଲୋକ ଅବଶାଲୋମର ମଙ୍ଗଳ ତ?” ତହିଁରେ କୂଶୀୟ ଉତ୍ତର କଲା, “ମୋʼ ପ୍ରଭୁ ମହାରାଜଙ୍କ ଶତ୍ରୁଗଣ ଓ ଆପଣଙ୍କର ଅମଙ୍ଗଳ କରିବା ପାଇଁ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠନ୍ତି, ସେମାନେ ସମସ୍ତେ ସେହି ଯୁବା ଲୋକ ପରି ହେଉନ୍ତୁ।”

33ତହିଁରେ ରାଜା ଅତି କମ୍ପିତ ହୋଇ ନଗରଦ୍ୱାର-ଉପରିସ୍ଥ କୋଠରିକୁ ଯାଇ ରୋଦନ କଲେ; ପୁଣି ସେ ଯାଉ ଯାଉ ଏପରି କହିଲେ, “ହାୟ ଆମ୍ଭର ପୁତ୍ର ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭ ପୁତ୍ର ଅବଶାଲୋମ! ହୁଏତ ତୁମ୍ଭ ବଦଳେ ଆମ୍ଭେ ମରିଥାʼନ୍ତୁ, ହାୟ ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭର ପୁତ୍ର!”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.