30ଏଥିରେ ରାଜା କହିଲେ, “ଏଆଡ଼େ ଆସି ଠିଆ ହୁଅ।” ତହୁଁ ସେ ଏଆଡ଼େ ଯାଇ ଠିଆ ହେଲା।
31ଏଥିମଧ୍ୟରେ ଦେଖ, ସେହି କୂଶୀୟ ପହଞ୍ଚି କହିଲା, “ମୋʼ ପ୍ରଭୁ ମହାରାଜଙ୍କ ପାଇଁ ସୁସମ୍ବାଦ ଅଛି; କାରଣ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠିଥିଲେ, ସଦାପ୍ରଭୁ ଆଜି ସେହି ସମସ୍ତଙ୍କଠାରୁ ପରିଶୋଧ ନେଇଅଛନ୍ତି।”
32ତହିଁରେ ରାଜା ସେହି କୂଶୀୟଙ୍କୁ ପଚାରିଲେ, “ସେହି ଯୁବା ଲୋକ ଅବଶାଲୋମର ମଙ୍ଗଳ ତ?” ତହିଁରେ କୂଶୀୟ ଉତ୍ତର କଲା, “ମୋʼ ପ୍ରଭୁ ମହାରାଜଙ୍କ ଶତ୍ରୁଗଣ ଓ ଆପଣଙ୍କର ଅମଙ୍ଗଳ କରିବା ପାଇଁ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠନ୍ତି, ସେମାନେ ସମସ୍ତେ ସେହି ଯୁବା ଲୋକ ପରି ହେଉନ୍ତୁ।”
33ତହିଁରେ ରାଜା ଅତି କମ୍ପିତ ହୋଇ ନଗରଦ୍ୱାର-ଉପରିସ୍ଥ କୋଠରିକୁ ଯାଇ ରୋଦନ କଲେ; ପୁଣି ସେ ଯାଉ ଯାଉ ଏପରି କହିଲେ, “ହାୟ ଆମ୍ଭର ପୁତ୍ର ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭ ପୁତ୍ର ଅବଶାଲୋମ! ହୁଏତ ତୁମ୍ଭ ବଦଳେ ଆମ୍ଭେ ମରିଥାʼନ୍ତୁ, ହାୟ ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭର ପୁତ୍ର!”