ଦ୍ୱିତୀୟ ଶାମୁୟେଲ 18

ତହିଁରେ ରାଜା ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କୁ ଯାହା ଭଲ ଦିଶେ, ତାହା ମୁଁ କରିବି।” ଏଉତ୍ତାରେ ରାଜା ନଗର ଦ୍ୱାରର ପାର୍ଶ୍ଵରେ ଠିଆ ହେଲା ସମୟରେ ସମସ୍ତ ଲୋକ ଶହ ଶହ ଓ ହଜାର ହଜାର ହୋଇ ବାହାରିଗଲେ।

2 Samuel 18:4 (UKJV) And the king said unto them, What seems you best I will do. And the king stood by the gate side, and all the people came out by hundreds and by thousands.

2ପୁଣି ଦାଉଦ ଯୋୟାବ ହସ୍ତରେ ସୈନ୍ୟମାନଙ୍କର ତୃତୀୟାଂଶ ଓ ଯୋୟାବର ଭ୍ରାତା, ସରୁୟାର ପୁତ୍ର ଅବୀଶୟ ହସ୍ତରେ ତୃତୀୟାଂଶ ଓ ଗାଥୀୟ ଇତ୍ତୟ ହସ୍ତରେ ତୃତୀୟାଂଶ ସମର୍ପଣ କରି ପଠାଇଲେ। ଆଉ ରାଜା ଲୋକମାନଙ୍କୁ କହିଲେ, “ମୁଁ ନିଜେ ମଧ୍ୟ ତୁମ୍ଭମାନଙ୍କ ସଙ୍ଗେ ନିଶ୍ଚୟ ଯିବି।”

3ମାତ୍ର ଲୋକମାନେ କହିଲେ, “ଆପଣ ଆମ ସଙ୍ଗେ ଯୁଦ୍ଧକୁ ଯିବେ ନାହିଁ; କାରଣ ଆମ୍ଭେମାନେ ପଳାଇଲେ ସେମାନେ ଆମ୍ଭମାନଙ୍କ ନିମନ୍ତେ ଚିନ୍ତା କରିବେ ନାହିଁ; କିଅବା ଆମ୍ଭମାନଙ୍କର ଅର୍ଦ୍ଧେକ ମଲେ ହେଁ ଆମ୍ଭମାନଙ୍କ ନିମନ୍ତେ ଚିନ୍ତା କରିବେ ନାହିଁ; ମାତ୍ର ଆପଣ ଆମ୍ଭମାନଙ୍କ ଦଶ ହଜାର ସମାନ; ଏହେତୁ ନଗରରୁ ଆମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ଆପଣ ପ୍ରସ୍ତୁତ ରହିଲେ ଭଲ।”

4ତହିଁରେ ରାଜା ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କୁ ଯାହା ଭଲ ଦିଶେ, ତାହା ମୁଁ କରିବି।” ଏଉତ୍ତାରେ ରାଜା ନଗର ଦ୍ୱାରର ପାର୍ଶ୍ଵରେ ଠିଆ ହେଲା ସମୟରେ ସମସ୍ତ ଲୋକ ଶହ ଶହ ଓ ହଜାର ହଜାର ହୋଇ ବାହାରିଗଲେ।

5ସେତେବେଳେ ରାଜା ଯୋୟାବକୁ ଓ ଅବୀଶୟକୁ ଓ ଇତ୍ତୟକୁ ଆଜ୍ଞା ଦେଇ କହିଲେ, “ମୋʼ ଲାଗି ସେହି ଯୁବା ଅବଶାଲୋମ ପ୍ରତି କୋମଳ ବ୍ୟବହାର କର।” ପୁଣି ରାଜା ଅବଶାଲୋମ ବିଷୟରେ ସମସ୍ତ ସେନାପତିଙ୍କୁ ଏହି ଆଜ୍ଞା ଦେବା ସମୟରେ ସମସ୍ତ ଲୋକ ତାହା ଶୁଣିଲେ।

6ଏହିରୂପେ ସୈନ୍ୟଦଳ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧକ୍ଷେତ୍ରକୁ ଗଲେ ଓ ଇଫ୍ରୟିମ ନାମକ ବନରେ ଯୁଦ୍ଧ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.