3ମାତ୍ର ଲୋକମାନେ କହିଲେ, “ଆପଣ ଆମ ସଙ୍ଗେ ଯୁଦ୍ଧକୁ ଯିବେ ନାହିଁ; କାରଣ ଆମ୍ଭେମାନେ ପଳାଇଲେ ସେମାନେ ଆମ୍ଭମାନଙ୍କ ନିମନ୍ତେ ଚିନ୍ତା କରିବେ ନାହିଁ; କିଅବା ଆମ୍ଭମାନଙ୍କର ଅର୍ଦ୍ଧେକ ମଲେ ହେଁ ଆମ୍ଭମାନଙ୍କ ନିମନ୍ତେ ଚିନ୍ତା କରିବେ ନାହିଁ; ମାତ୍ର ଆପଣ ଆମ୍ଭମାନଙ୍କ ଦଶ ହଜାର ସମାନ; ଏହେତୁ ନଗରରୁ ଆମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ଆପଣ ପ୍ରସ୍ତୁତ ରହିଲେ ଭଲ।”
4ତହିଁରେ ରାଜା ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କୁ ଯାହା ଭଲ ଦିଶେ, ତାହା ମୁଁ କରିବି।” ଏଉତ୍ତାରେ ରାଜା ନଗର ଦ୍ୱାରର ପାର୍ଶ୍ଵରେ ଠିଆ ହେଲା ସମୟରେ ସମସ୍ତ ଲୋକ ଶହ ଶହ ଓ ହଜାର ହଜାର ହୋଇ ବାହାରିଗଲେ।
5ସେତେବେଳେ ରାଜା ଯୋୟାବକୁ ଓ ଅବୀଶୟକୁ ଓ ଇତ୍ତୟକୁ ଆଜ୍ଞା ଦେଇ କହିଲେ, “ମୋʼ ଲାଗି ସେହି ଯୁବା ଅବଶାଲୋମ ପ୍ରତି କୋମଳ ବ୍ୟବହାର କର।” ପୁଣି ରାଜା ଅବଶାଲୋମ ବିଷୟରେ ସମସ୍ତ ସେନାପତିଙ୍କୁ ଏହି ଆଜ୍ଞା ଦେବା ସମୟରେ ସମସ୍ତ ଲୋକ ତାହା ଶୁଣିଲେ।
6ଏହିରୂପେ ସୈନ୍ୟଦଳ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧକ୍ଷେତ୍ରକୁ ଗଲେ ଓ ଇଫ୍ରୟିମ ନାମକ ବନରେ ଯୁଦ୍ଧ ହେଲା।
7ତହିଁରେ ଇସ୍ରାଏଲର ସୈନ୍ୟଦଳ ସେଠାରେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ ଓ ସେହି ଦିନ ସେଠାରେ ମହାସଂହାର ହେଲା, ପୁଣି କୋଡ଼ିଏ ହଜାର ଲୋକ ହତ ହେଲେ।