1ଏଥିଉତ୍ତାରେ କେହି ଯୋୟାବକୁ କହିଲା, “ଦେଖ, ରାଜା ଅବଶାଲୋମ ନିମନ୍ତେ ରୋଦନ ଓ ଶୋକ କରୁଅଛନ୍ତି।”
2ଏଣୁ ସେହି ଦିବସର ଜୟ ସକଳ ସୈନ୍ୟମାନଙ୍କ ପ୍ରତି ଶୋକଜନକ ହେଲା; କାରଣ ରାଜା ଆପଣା ପୁତ୍ର ବିଷୟରେ ରୋଦନ କରୁଅଛନ୍ତି, ଏହା ଲୋକମାନେ ସେହି ଦିନ ଶୁଣିଲେ।
3ପୁଣି ଯୁଦ୍ଧକ୍ଷେତ୍ରରୁ ପଳାଇବା ବେଳେ ଲୋକମାନେ ଯେପରି ଲଜ୍ଜିତ ହୋଇ ଚୋର ପରି ଚାଲନ୍ତି, ସେପରି ସେହି ଦିନ ଚୋର ପରି ସୈନ୍ୟମାନେ ନଗରରେ ପ୍ରବେଶ କଲେ।