ଦ୍ୱିତୀୟ ଶାମୁୟେଲ 19

ଏଉତ୍ତାରେ ଦାଉଦ ରାଜା ସାଦୋକ ଓ ଅବୀୟାଥର ଯାଜକମାନଙ୍କ ନିକଟକୁ ଦୂତ ପଠାଇ କହିଲେ, “ତୁମ୍ଭେମାନେ ଯିହୁଦାର ପ୍ରାଚୀନବର୍ଗଙ୍କୁ କୁହ, ‘ରାଜାଙ୍କୁ ତାଙ୍କ ଗୃହକୁ ଆଣିବା ପାଇଁ ସମସ୍ତ ଇସ୍ରାଏଲର କଥା ତାଙ୍କ ନିକଟରେ ଉପସ୍ଥିତ ହେଲାଣି, ଏନିମନ୍ତେ ରାଜାଙ୍କୁ ତାଙ୍କ ଗୃହକୁ ଫେରାଇ ଆଣିବା ପାଇଁ ତୁମ୍ଭେମାନେ କାହିଁକି ପଛଘୁଞ୍ଚା ହେଉଅଛ?

2 Samuel 19:11 (UKJV) And king David sent to Zadok and to Abiathar the priests, saying, Speak unto the elders of Judah, saying, Why are all of you the last to bring the king back to his house? seeing the speech of all Israel has come to the king, even to his house.

9ଆଉ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ସମସ୍ତ ଲୋକ ପରସ୍ପର କଳହ କରି କହୁଥିଲେ, “ରାଜା ଆମ୍ଭମାନଙ୍କ ଶତ୍ରୁମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିଥିଲେ ଓ ପଲେଷ୍ଟୀୟମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିଥିଲେ ଏବେ ସେ ଅବଶାଲୋମ ଭୟରେ ଦେଶରୁ ପଳାଇଅଛନ୍ତି।

10ପୁଣି ଆମ୍ଭେମାନେ ଯେଉଁ ଅବଶାଲୋମଙ୍କୁ ଆପଣାମାନଙ୍କ ଉପରେ ଅଭିଷିକ୍ତ କରିଥିଲୁ, ସେ ଯୁଦ୍ଧରେ ମରିଅଛି। ଏହେତୁ ତୁମ୍ଭେମାନେ ଏବେ ରାଜାଙ୍କୁ ଫେରାଇ ଆଣିବା ବିଷୟରେ କାହିଁକି ତୁନି ହୋଇ ରହିଅଛ?”

11ଏଉତ୍ତାରେ ଦାଉଦ ରାଜା ସାଦୋକ ଓ ଅବୀୟାଥର ଯାଜକମାନଙ୍କ ନିକଟକୁ ଦୂତ ପଠାଇ କହିଲେ, “ତୁମ୍ଭେମାନେ ଯିହୁଦାର ପ୍ରାଚୀନବର୍ଗଙ୍କୁ କୁହ, ‘ରାଜାଙ୍କୁ ତାଙ୍କ ଗୃହକୁ ଆଣିବା ପାଇଁ ସମସ୍ତ ଇସ୍ରାଏଲର କଥା ତାଙ୍କ ନିକଟରେ ଉପସ୍ଥିତ ହେଲାଣି, ଏନିମନ୍ତେ ରାଜାଙ୍କୁ ତାଙ୍କ ଗୃହକୁ ଫେରାଇ ଆଣିବା ପାଇଁ ତୁମ୍ଭେମାନେ କାହିଁକି ପଛଘୁଞ୍ଚା ହେଉଅଛ?

12ତୁମ୍ଭେମାନେ ଆମ୍ଭର ଭ୍ରାତା, ତୁମ୍ଭେମାନେ ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ; ତେବେ ତୁମ୍ଭେମାନେ କାହିଁକି ରାଜାଙ୍କୁ ଫେରାଇ ଆଣିବା ପାଇଁ ପଛଘୁଞ୍ଚା ହେଉଅଛ?’

13ପୁଣି ତୁମ୍ଭେମାନେ ଅମାସାଙ୍କୁ କୁହ, ‘ତୁମ୍ଭେ କି ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ ନୁହଁ? ଯଦି ତୁମ୍ଭେ ଯୋୟାବ ପଦରେ ନିତ୍ୟ ଆମ୍ଭ ସାକ୍ଷାତରେ ସେନାପତି ନ ହୁଅ, ତେବେ ପରମେଶ୍ୱର ଆମ୍ଭକୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.