13ପୁଣି ତୁମ୍ଭେମାନେ ଅମାସାଙ୍କୁ କୁହ, ‘ତୁମ୍ଭେ କି ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ ନୁହଁ? ଯଦି ତୁମ୍ଭେ ଯୋୟାବ ପଦରେ ନିତ୍ୟ ଆମ୍ଭ ସାକ୍ଷାତରେ ସେନାପତି ନ ହୁଅ, ତେବେ ପରମେଶ୍ୱର ଆମ୍ଭକୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।’”
14ଏହିରୂପେ ସେ ଯିହୁଦାର ସମସ୍ତ ଲୋକଙ୍କ ହୃଦୟକୁ ଜଣକର ହୃଦୟ ତୁଲ୍ୟ ଜୟ କଲେ; ତହିଁରେ ସେମାନେ ରାଜାଙ୍କ ନିକଟକୁ ଲୋକ ପଠାଇ କହିଲେ, “ଆପଣ ଓ ଆପଣଙ୍କ ସମସ୍ତ ଦାସ ଫେରି ଆସନ୍ତୁ।”
15ତହୁଁ ରାଜା ଫେରି ଯର୍ଦ୍ଦନ ପର୍ଯ୍ୟନ୍ତ ଗଲେ, ତହିଁରେ ଯିହୁଦାର ଲୋକମାନେ ରାଜାଙ୍କୁ ଭେଟିବା ନିମନ୍ତେ ଗିଲ୍ଗଲ୍କୁ ଯାଇ ଯର୍ଦ୍ଦନ ପାର କରି ରାଜାଙ୍କୁ ଆଣିଲେ।
16ସେତେବେଳେ ଦାଉଦ ରାଜାଙ୍କୁ ସାକ୍ଷାତ କରିବା ପାଇଁ ବହୁରୀମ ନିବାସୀ ଗେରାର ପୁତ୍ର ବିନ୍ୟାମୀନୀୟ ଶିମୀୟି ଶୀଘ୍ର ଯିହୁଦାର ଲୋକମାନଙ୍କ ସଙ୍ଗରେ ଆସିଲା।
17ପୁଣି ତାହା ସଙ୍ଗେ ବିନ୍ୟାମୀନୀୟ ଏକ ସହସ୍ର ଲୋକ ଥିଲେ, ଆଉ ଶାଉଲଙ୍କ ଗୃହର ଦାସ ସୀବଃ ଓ ତାଙ୍କର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ତାଙ୍କ ସଙ୍ଗରେ ଥିଲେ। ସେମାନେ ରାଜାଙ୍କ ସାକ୍ଷାତରେ ଯର୍ଦ୍ଦନରେ ପଶି ପାର ହୋଇଗଲେ।