14ଏହିରୂପେ ସେ ଯିହୁଦାର ସମସ୍ତ ଲୋକଙ୍କ ହୃଦୟକୁ ଜଣକର ହୃଦୟ ତୁଲ୍ୟ ଜୟ କଲେ; ତହିଁରେ ସେମାନେ ରାଜାଙ୍କ ନିକଟକୁ ଲୋକ ପଠାଇ କହିଲେ, “ଆପଣ ଓ ଆପଣଙ୍କ ସମସ୍ତ ଦାସ ଫେରି ଆସନ୍ତୁ।”
15ତହୁଁ ରାଜା ଫେରି ଯର୍ଦ୍ଦନ ପର୍ଯ୍ୟନ୍ତ ଗଲେ, ତହିଁରେ ଯିହୁଦାର ଲୋକମାନେ ରାଜାଙ୍କୁ ଭେଟିବା ନିମନ୍ତେ ଗିଲ୍ଗଲ୍କୁ ଯାଇ ଯର୍ଦ୍ଦନ ପାର କରି ରାଜାଙ୍କୁ ଆଣିଲେ।
16ସେତେବେଳେ ଦାଉଦ ରାଜାଙ୍କୁ ସାକ୍ଷାତ କରିବା ପାଇଁ ବହୁରୀମ ନିବାସୀ ଗେରାର ପୁତ୍ର ବିନ୍ୟାମୀନୀୟ ଶିମୀୟି ଶୀଘ୍ର ଯିହୁଦାର ଲୋକମାନଙ୍କ ସଙ୍ଗରେ ଆସିଲା।
17ପୁଣି ତାହା ସଙ୍ଗେ ବିନ୍ୟାମୀନୀୟ ଏକ ସହସ୍ର ଲୋକ ଥିଲେ, ଆଉ ଶାଉଲଙ୍କ ଗୃହର ଦାସ ସୀବଃ ଓ ତାଙ୍କର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ତାଙ୍କ ସଙ୍ଗରେ ଥିଲେ। ସେମାନେ ରାଜାଙ୍କ ସାକ୍ଷାତରେ ଯର୍ଦ୍ଦନରେ ପଶି ପାର ହୋଇଗଲେ।
18ସେତେବେଳେ ସେମାନେ ରାଜାଙ୍କର ପରିବାରବର୍ଗଙ୍କୁ ପାର କରିବା ପାଇଁ ଓ ତାଙ୍କ ଦୃଷ୍ଟିରେ ଯାହା ଭଲ ଦିଶେ ତାହା କଲେ। ଏଣୁ ରାଜା ଯର୍ଦ୍ଦନ ପାର ହେବା ସମୟରେ ଗେରାର ପୁତ୍ର ଶିମୀୟି ରାଜାଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ିଲା।