19ଆଉ ଶିମୀୟି ରାଜାଙ୍କୁ କହିଲା, “ମୋʼ ପ୍ରଭୁ, ମୋହର ଅପରାଧ ଗଣନା ନ କରନ୍ତୁ, ଅବା ମୋʼ ପ୍ରଭୁ ମହାରାଜ ଯିରୂଶାଲମରୁ ବାହାରି ଯିବା ଦିନ ଆପଣଙ୍କ ଦାସ ଅବାଧ୍ୟତାପୂର୍ବକ ଯାହା କରିଅଛି, ତାହା ଆପଣ ସ୍ମରଣ ନ କରନ୍ତୁ, ମହାରାଜ ତାହା ଆପଣା ମନକୁ ନ ନେଉନ୍ତୁ।
20କାରଣ ଆପଣଙ୍କ ଦାସ ମୁଁ ଯେ ପାପ କରିଅଛି, ଏହା ଜାଣେ; ଏହେତୁ ଦେଖନ୍ତୁ, ଯୋଷେଫର ସମୁଦାୟ ବଂଶ ମଧ୍ୟରେ ପ୍ରଥମେ ମୁଁ ଆଜି ମୋʼ ପ୍ରଭୁ ମହାରାଜାଙ୍କୁ ସାକ୍ଷାତ କରିବା ପାଇଁ ଆସିଲି।”
21ମାତ୍ର ସରୁୟାର ପୁତ୍ର ଅବୀଶୟ ଉତ୍ତର କରି କହିଲା, “ଶିମୀୟି ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ଶାପ ଦେଇଅଛି, ଏହି କାରଣରୁ କି ତାହାର ପ୍ରାଣଦଣ୍ଡ ହେବ ନାହିଁ?”
22ଏଥିରେ ଦାଉଦ କହିଲେ, “ହେ ସରୁୟାର ପୁତ୍ରଗଣ, ତୁମ୍ଭମାନଙ୍କ ସହିତ ଆମ୍ଭର ବିଷୟ କʼଣ ଯେ, ତୁମ୍ଭେମାନେ ଆଜି ମୋର ବିପକ୍ଷ ହେଉଅଛ? ଆଜି ଇସ୍ରାଏଲ ମଧ୍ୟରେ କʼଣ କାହାରି ପ୍ରାଣଦଣ୍ଡ ହେବ? ଆଜି ମୁଁ ଇସ୍ରାଏଲ ଉପରେ ରାଜା ଅଟେ, ଏହା କʼଣ ମୁଁ ଜାଣୁ ନାହିଁ?”
23ତହୁଁ ରାଜା ଶିମୀୟିଙ୍କୁ କହିଲେ, “ତୁମ୍ଭେ ମରିବ ନାହିଁ।” ପୁଣି ରାଜା ତାହା ନିକଟରେ ଶପଥ କଲେ।