28ମୋହର ପ୍ରଭୁ ମହାରାଜଙ୍କ ସାକ୍ଷାତରେ ମୋʼ ପିତୃବଂଶ ସମସ୍ତେ ନିତାନ୍ତ ମୃତ୍ୟୁର ଯୋଗ୍ୟ ଥିଲେ; ତଥାପି ଆପଣ ଆପଣଙ୍କର ଏହି ଦାସକୁ ନିଜ ମେଜରେ ଭୋଜନକାରୀ ଲୋକମାନଙ୍କ ସଙ୍ଗରେ ସ୍ଥାନ ଦେଲେ। ଏହେତୁ ଏବେ ମହାରାଜଙ୍କ ନିକଟରେ ଆଉ କ୍ରନ୍ଦନ କରିବା ପାଇଁ ମୋହର କେଉଁ ଅଧିକାର ଅଛି?”
29ତହିଁରେ ରାଜା ତାହାକୁ କହିଲେ, “ତୁମ୍ଭେ ଆପଣା ବିଷୟ ଆଉ କାହିଁକି କହୁଅଛ? ମୁଁ କହୁଅଛି, ତୁମ୍ଭେ ଓ ସୀବଃ ସେହି ଭୂମି ବାଣ୍ଟି ନିଅ।”
30ତହୁଁ ମଫୀବୋଶତ୍ ରାଜାଙ୍କୁ କହିଲା, “ହେଉ, ମୋହର ପ୍ରଭୁ ମହାରାଜ ତ କୁଶଳରେ ଆପଣା ଗୃହକୁ ଆସିଲେଣି, ତେବେ ସେ ସବୁ ନେଉ।”
31ଏଉତ୍ତାରେ ଗିଲୀୟଦୀୟ ବର୍ସିଲ୍ଲୟ ରୋଗଲୀମରୁ ଆସିଲା ଓ ସେ ରାଜାଙ୍କୁ ଯର୍ଦ୍ଦନ ନଦୀ ପାର କରାଇ ନେବା ପାଇଁ ତାଙ୍କ ସଙ୍ଗେ ଯର୍ଦ୍ଦନକୁ ପାର ହୋଇଗଲା।
32ସେହି ବର୍ସିଲ୍ଲୟ ଅଶୀ ବର୍ଷ ବୟସ୍କ ଅତି ବୃଦ୍ଧ ଲୋକ ଥିଲା; ଆଉ ସେ ଅତି ଧନୀ ଲୋକ ଥିବାରୁ ରାଜା ମହନୟିମରେ ଥିବା ବେଳେ ତାଙ୍କୁ ଖାଦ୍ୟସାମଗ୍ରୀ ଯୋଗାଇଥିଲା।