ଦ୍ୱିତୀୟ ଶାମୁୟେଲ 19

ଏଥିରେ ରାଜା ଉତ୍ତର କଲେ, “କିମ୍‍ହମ୍‍ ମୋʼ ସଙ୍ଗେ ପାର ହୋଇଯିବ, ଯାହା ତୁମ୍ଭକୁ ଭଲ ଦିଶେ, ତାହା ମୁଁ ତାହା ପ୍ରତି କରିବି; ପୁଣି ତୁମ୍ଭେ ମୋʼ ଉପରେ ଯେଉଁ ଭାର ଦେବାକୁ ମନୋନୀତ କରିବ, ତାହା ମୁଁ ତୁମ୍ଭ ନିମନ୍ତେ କରିବି।”

2 Samuel 19:38 (UKJV) And the king answered, Chimham shall go over with me, and I will do to him that which shall seem good unto you: and whatsoever you shall require of me, that will I do for you.

36ଆପଣଙ୍କ ଦାସ କେବଳ ଯର୍ଦ୍ଦନ ପାର ହୋଇ ମହାରାଜଙ୍କ ସଙ୍ଗେ ଯିବ; ଆଉ ମହାରାଜ ତହିଁ ପାଇଁ କାହିଁକି ମୋତେ ଏପରି ପୁରସ୍କାର ଦେବେ?

37ମୁଁ ଯେପରି ନିଜ ନଗରରେ ମୋର ପିତା ଓ ମୋʼ ମାତାଙ୍କ କବର ନିକଟରେ ମରିବି, ଏଥିପାଇଁ ଆପଣଙ୍କ ଏହି ଦାସକୁ ଫେରି ଯିବାକୁ ଅନୁମତି ଦେଉନ୍ତୁ। ମାତ୍ର ଆପଣଙ୍କ ଦାସ କିମ୍‍ହମ୍‍କୁ ଦେଖନ୍ତୁ; ସେ ମୋହର ପ୍ରଭୁ ମହାରାଜଙ୍କ ସଙ୍ଗେ ପାର ହୋଇଯାଉ, ଆଉ ଆପଣଙ୍କ ଦୃଷ୍ଟିରେ ଯାହା ଭଲ ଦିଶେ, ତାହା ପ୍ରତି ତାହା କରନ୍ତୁ।”

38ଏଥିରେ ରାଜା ଉତ୍ତର କଲେ, “କିମ୍‍ହମ୍‍ ମୋʼ ସଙ୍ଗେ ପାର ହୋଇଯିବ, ଯାହା ତୁମ୍ଭକୁ ଭଲ ଦିଶେ, ତାହା ମୁଁ ତାହା ପ୍ରତି କରିବି; ପୁଣି ତୁମ୍ଭେ ମୋʼ ଉପରେ ଯେଉଁ ଭାର ଦେବାକୁ ମନୋନୀତ କରିବ, ତାହା ମୁଁ ତୁମ୍ଭ ନିମନ୍ତେ କରିବି।”

39ଏଉତ୍ତାରେ ସମସ୍ତ ଲୋକ ଯର୍ଦ୍ଦନ ପାର ହେଲେ, ଏବଂ ରାଜା ମଧ୍ୟ ପାର ହେଲେ; ପୁଣି ରାଜା ବର୍ସିଲ୍ଲୟଙ୍କୁ ଚୁମ୍ବନ କରି ଆଶୀର୍ବାଦ କଲେ; ତହୁଁ ବର୍ସିଲ୍ଲୟ ଆପଣା ସ୍ଥାନକୁ ଫେରିଗଲା।

40ଏହିରୂପେ ରାଜା ପାର ହୋଇ ଗିଲ୍‍ଗଲ୍‍କୁ ଗଲେ ଓ କିମ୍‍ହମ୍‍ ତାଙ୍କ ସଙ୍ଗେ ପାର ହୋଇଗଲା; ପୁଣି ଯିହୁଦାର ସମସ୍ତ ସୈନ୍ୟ, ଏବଂ ଇସ୍ରାଏଲର ଅର୍ଦ୍ଧେକ ସୈନ୍ୟ ମଧ୍ୟ ରାଜାଙ୍କୁ ଘେନି ଆସିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.