39ଏଉତ୍ତାରେ ସମସ୍ତ ଲୋକ ଯର୍ଦ୍ଦନ ପାର ହେଲେ, ଏବଂ ରାଜା ମଧ୍ୟ ପାର ହେଲେ; ପୁଣି ରାଜା ବର୍ସିଲ୍ଲୟଙ୍କୁ ଚୁମ୍ବନ କରି ଆଶୀର୍ବାଦ କଲେ; ତହୁଁ ବର୍ସିଲ୍ଲୟ ଆପଣା ସ୍ଥାନକୁ ଫେରିଗଲା।
40ଏହିରୂପେ ରାଜା ପାର ହୋଇ ଗିଲ୍ଗଲ୍କୁ ଗଲେ ଓ କିମ୍ହମ୍ ତାଙ୍କ ସଙ୍ଗେ ପାର ହୋଇଗଲା; ପୁଣି ଯିହୁଦାର ସମସ୍ତ ସୈନ୍ୟ, ଏବଂ ଇସ୍ରାଏଲର ଅର୍ଦ୍ଧେକ ସୈନ୍ୟ ମଧ୍ୟ ରାଜାଙ୍କୁ ଘେନି ଆସିଲେ।
41ଏଥିରେ ଦେଖ, ସମୁଦାୟ ଇସ୍ରାଏଲ ଲୋକ ରାଜାଙ୍କ ନିକଟକୁ ଆସି ରାଜାଙ୍କୁ କହିଲେ, “ଆମ୍ଭମାନଙ୍କ ଭ୍ରାତୃବର୍ଗ ଯିହୁଦା-ଲୋକେ କାହିଁକି ଆପଣଙ୍କୁ ଚୋରି କରି ନେଲେ, ଆଉ ମହାରାଜଙ୍କୁ ଓ ତାଙ୍କ ପରିଜନବର୍ଗଙ୍କୁ ଓ ଦାଉଦଙ୍କ ସଙ୍ଗେ ତାଙ୍କର ସମସ୍ତ ଲୋକଙ୍କୁ ଯର୍ଦ୍ଦନ ପାର କରି ଆଣିଲେ? ସେତେବେଳେ ଦାଉଦଙ୍କର ସମସ୍ତ ଲୋକ ତାଙ୍କ ସଙ୍ଗରେ ଥିଲେ।”
42ତହୁଁ ଯିହୁଦାର ସମସ୍ତ ଲୋକ ଇସ୍ରାଏଲ ଲୋକମାନଙ୍କୁ ଉତ୍ତର କଲେ, “ରାଜା ତ ଆମ୍ଭମାନଙ୍କର ନିକଟ-କୁଟୁମ୍ବ; ତେବେ ତୁମ୍ଭେମାନେ କାହିଁକି ଏ ବିଷୟରେ କ୍ରୋଧ କରୁଅଛ? ଆମ୍ଭେମାନେ କʼଣ ରାଜାଙ୍କର କିଛି ଖାଇଅଛୁ? ଅବା ସେ କʼଣ ଆମ୍ଭମାନଙ୍କୁ କିଛି ଭେଟି ଦେଇଅଛନ୍ତି?”
43ତହିଁରେ ଇସ୍ରାଏଲ ଲୋକମାନେ ଯିହୁଦା-ଲୋକମାନଙ୍କୁ ଉତ୍ତର କରି କହିଲେ, “ରାଜାଙ୍କଠାରେ ଆମ୍ଭମାନଙ୍କର ଦଶ ଅଂଶ ଅଧିକାର ଅଛି, କାରଣ ଦଶ ଗୋଷ୍ଠୀର ସମ୍ପର୍କ ରାଜାଙ୍କ ସହିତ ଅଛି ଏବଂ ଦାଉଦଙ୍କଠାରେ ତୁମ୍ଭମାନଙ୍କ ଅପେକ୍ଷା ମଧ୍ୟ ଆମ୍ଭମାନଙ୍କ ଅଧିକାର ଅଧିକ; ତେବେ ଆମ୍ଭମାନଙ୍କ ରାଜାଙ୍କୁ ଫେରାଇ ଆଣିବା ପାଇଁ ଆମ୍ଭମାନଙ୍କ ପରାମର୍ଶ ପ୍ରଥମେ ନ ନେଇ ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କୁ ତୁଚ୍ଛ କଲ?” ତହୁଁ ଇସ୍ରାଏଲ ଲୋକମାନଙ୍କ ବାକ୍ୟ ଅପେକ୍ଷା ଯିହୁଦା ଲୋକମାନଙ୍କ ବାକ୍ୟ ଅଧିକ କଠୋର ହେଲା।