ଦ୍ୱିତୀୟ ଶାମୁୟେଲ 19

କାରଣ ଯେଉଁମାନେ ଆପଣଙ୍କୁ ଘୃଣା କରୁଅଛନ୍ତି, ଆପଣ ସେମାନଙ୍କୁ ପ୍ରେମ କରୁଅଛନ୍ତି ଓ ଯେଉଁମାନେ ଆପଣଙ୍କୁ ପ୍ରେମ କରୁଅଛନ୍ତି, ଆପଣ ସେମାନଙ୍କୁ ଘୃଣା କରୁଅଛନ୍ତି। ଯେହେତୁ ଆପଣ ଆଜି ଜଣାଇ ଅଛନ୍ତି ଯେ, ଅଧିପତିମାନେ ଓ ଦାସମାନେ ଆପଣଙ୍କ ପ୍ରତି କିଛି ନୁହନ୍ତି; କାରଣ ମୁଁ ଆଜି ଦେଖୁଅଛି ଯେ, ଯଦି ଅବଶାଲୋମ ବଞ୍ଚିଥାʼନ୍ତା ଓ ଆମ୍ଭେ ସମସ୍ତେ ଆଜି ମରିଥାʼନ୍ତୁ, ତେବେ ଆପଣଙ୍କ ଦୃଷ୍ଟିରେ ଭଲ ହୋଇଥାʼନ୍ତା।

2 Samuel 19:6 (UKJV) In that you love yours enemies, and hate your friends. For you have declared this day, that you regard neither princes nor servants: for this day I perceive, that if Absalom had lived, and all we had died this day, then it had pleased you well.

4ଆଉ ରାଜା ମଧ୍ୟ ଆପଣା ମୁଖ ଢାଙ୍କିଲେ, ପୁଣି ରାଜା ଉଚ୍ଚସ୍ୱରରେ କାନ୍ଦି କହିଲେ, “ହାୟ ଆମ୍ଭ ପୁତ୍ର ଅବଶାଲୋମ, ହାୟ ଅବଶାଲୋମ, ଆମ୍ଭ ପୁତ୍ର, ଆମ୍ଭ ପୁତ୍ର।”

5ଏଉତ୍ତାରେ ଯୋୟାବ ଗୃହ ଭିତରକୁ ରାଜାଙ୍କ ନିକଟକୁ ଆସି କହିଲା, “ଯେଉଁମାନେ ଆଜି ଆପଣଙ୍କ ଜୀବନ ଓ ଆପଣଙ୍କ ପୁତ୍ରକନ୍ୟାଗଣର ଜୀବନ ଓ ଭାର୍ଯ୍ୟାମାନଙ୍କ ଜୀବନ ଓ ଆପଣଙ୍କ ଉପପତ୍ନୀମାନଙ୍କ ଜୀବନ ରକ୍ଷା କଲେ, ଆପଣ ଆଜି ନିଜର ସେହି ସମସ୍ତ ଦାସଙ୍କୁ ଲଜ୍ଜିତ କରିଅଛନ୍ତି;

6କାରଣ ଯେଉଁମାନେ ଆପଣଙ୍କୁ ଘୃଣା କରୁଅଛନ୍ତି, ଆପଣ ସେମାନଙ୍କୁ ପ୍ରେମ କରୁଅଛନ୍ତି ଓ ଯେଉଁମାନେ ଆପଣଙ୍କୁ ପ୍ରେମ କରୁଅଛନ୍ତି, ଆପଣ ସେମାନଙ୍କୁ ଘୃଣା କରୁଅଛନ୍ତି। ଯେହେତୁ ଆପଣ ଆଜି ଜଣାଇ ଅଛନ୍ତି ଯେ, ଅଧିପତିମାନେ ଓ ଦାସମାନେ ଆପଣଙ୍କ ପ୍ରତି କିଛି ନୁହନ୍ତି; କାରଣ ମୁଁ ଆଜି ଦେଖୁଅଛି ଯେ, ଯଦି ଅବଶାଲୋମ ବଞ୍ଚିଥାʼନ୍ତା ଓ ଆମ୍ଭେ ସମସ୍ତେ ଆଜି ମରିଥାʼନ୍ତୁ, ତେବେ ଆପଣଙ୍କ ଦୃଷ୍ଟିରେ ଭଲ ହୋଇଥାʼନ୍ତା।

7ଏଣୁ ଏବେ ଉଠି ବାହାରକୁ ଯାଇ ଆପଣା ଦାସମାନଙ୍କୁ ଦୟାରେ କଥା କହନ୍ତୁ; କାରଣ ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛି, ଯଦି ଆପଣ ବାହାରକୁ ନ ଯାʼନ୍ତି, ତେବେ ଏହି ରାତ୍ରି ଆପଣଙ୍କ ସହିତ ଜଣେ ହେଁ ରହିବ ନାହିଁ; ଆଉ ଆପଣଙ୍କ ଯୌବନକାଳ ଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଯେତେ ଅମଙ୍ଗଳ ଆପଣଙ୍କୁ ଘଟିଅଛି, ସେ ସବୁରୁ ହିଁ ଏହି ଅମଙ୍ଗଳ ଆପଣଙ୍କ ପ୍ରତି ଅଧିକ ହେବ।”

8ତହିଁରେ ରାଜା ଉଠି ନଗର-ଦ୍ୱାରରେ ବସିଲେ। ସେତେବେଳେ ସମସ୍ତ ଲୋକଙ୍କୁ କୁହାଗଲା, ଦେଖ, ରାଜା ନଗର-ଦ୍ୱାରରେ ବସିଅଛନ୍ତି; ତହୁଁ ସମସ୍ତ ଲୋକ ରାଜାଙ୍କ ସମ୍ମୁଖକୁ ଆସିଲେ। ଏଥିମଧ୍ୟରେ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁକୁ ପଳାଇ ଯାଇଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.