ଦ୍ୱିତୀୟ ଶାମୁୟେଲ 19

ତହିଁରେ ରାଜା ଉଠି ନଗର-ଦ୍ୱାରରେ ବସିଲେ। ସେତେବେଳେ ସମସ୍ତ ଲୋକଙ୍କୁ କୁହାଗଲା, ଦେଖ, ରାଜା ନଗର-ଦ୍ୱାରରେ ବସିଅଛନ୍ତି; ତହୁଁ ସମସ୍ତ ଲୋକ ରାଜାଙ୍କ ସମ୍ମୁଖକୁ ଆସିଲେ। ଏଥିମଧ୍ୟରେ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁକୁ ପଳାଇ ଯାଇଥିଲେ।

2 Samuel 19:8 (UKJV) Then the king arose, and sat in the gate. And they told unto all the people, saying, Behold, the king does sit in the gate. And all the people came before the king: for Israel had fled every man to his tent.

6କାରଣ ଯେଉଁମାନେ ଆପଣଙ୍କୁ ଘୃଣା କରୁଅଛନ୍ତି, ଆପଣ ସେମାନଙ୍କୁ ପ୍ରେମ କରୁଅଛନ୍ତି ଓ ଯେଉଁମାନେ ଆପଣଙ୍କୁ ପ୍ରେମ କରୁଅଛନ୍ତି, ଆପଣ ସେମାନଙ୍କୁ ଘୃଣା କରୁଅଛନ୍ତି। ଯେହେତୁ ଆପଣ ଆଜି ଜଣାଇ ଅଛନ୍ତି ଯେ, ଅଧିପତିମାନେ ଓ ଦାସମାନେ ଆପଣଙ୍କ ପ୍ରତି କିଛି ନୁହନ୍ତି; କାରଣ ମୁଁ ଆଜି ଦେଖୁଅଛି ଯେ, ଯଦି ଅବଶାଲୋମ ବଞ୍ଚିଥାʼନ୍ତା ଓ ଆମ୍ଭେ ସମସ୍ତେ ଆଜି ମରିଥାʼନ୍ତୁ, ତେବେ ଆପଣଙ୍କ ଦୃଷ୍ଟିରେ ଭଲ ହୋଇଥାʼନ୍ତା।

7ଏଣୁ ଏବେ ଉଠି ବାହାରକୁ ଯାଇ ଆପଣା ଦାସମାନଙ୍କୁ ଦୟାରେ କଥା କହନ୍ତୁ; କାରଣ ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛି, ଯଦି ଆପଣ ବାହାରକୁ ନ ଯାʼନ୍ତି, ତେବେ ଏହି ରାତ୍ରି ଆପଣଙ୍କ ସହିତ ଜଣେ ହେଁ ରହିବ ନାହିଁ; ଆଉ ଆପଣଙ୍କ ଯୌବନକାଳ ଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଯେତେ ଅମଙ୍ଗଳ ଆପଣଙ୍କୁ ଘଟିଅଛି, ସେ ସବୁରୁ ହିଁ ଏହି ଅମଙ୍ଗଳ ଆପଣଙ୍କ ପ୍ରତି ଅଧିକ ହେବ।”

8ତହିଁରେ ରାଜା ଉଠି ନଗର-ଦ୍ୱାରରେ ବସିଲେ। ସେତେବେଳେ ସମସ୍ତ ଲୋକଙ୍କୁ କୁହାଗଲା, ଦେଖ, ରାଜା ନଗର-ଦ୍ୱାରରେ ବସିଅଛନ୍ତି; ତହୁଁ ସମସ୍ତ ଲୋକ ରାଜାଙ୍କ ସମ୍ମୁଖକୁ ଆସିଲେ। ଏଥିମଧ୍ୟରେ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁକୁ ପଳାଇ ଯାଇଥିଲେ।

9ଆଉ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ସମସ୍ତ ଲୋକ ପରସ୍ପର କଳହ କରି କହୁଥିଲେ, “ରାଜା ଆମ୍ଭମାନଙ୍କ ଶତ୍ରୁମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିଥିଲେ ଓ ପଲେଷ୍ଟୀୟମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିଥିଲେ ଏବେ ସେ ଅବଶାଲୋମ ଭୟରେ ଦେଶରୁ ପଳାଇଅଛନ୍ତି।

10ପୁଣି ଆମ୍ଭେମାନେ ଯେଉଁ ଅବଶାଲୋମଙ୍କୁ ଆପଣାମାନଙ୍କ ଉପରେ ଅଭିଷିକ୍ତ କରିଥିଲୁ, ସେ ଯୁଦ୍ଧରେ ମରିଅଛି। ଏହେତୁ ତୁମ୍ଭେମାନେ ଏବେ ରାଜାଙ୍କୁ ଫେରାଇ ଆଣିବା ବିଷୟରେ କାହିଁକି ତୁନି ହୋଇ ରହିଅଛ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.