ଦ୍ୱିତୀୟ ଶାମୁୟେଲ 19

ଆଉ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ସମସ୍ତ ଲୋକ ପରସ୍ପର କଳହ କରି କହୁଥିଲେ, “ରାଜା ଆମ୍ଭମାନଙ୍କ ଶତ୍ରୁମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିଥିଲେ ଓ ପଲେଷ୍ଟୀୟମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିଥିଲେ ଏବେ ସେ ଅବଶାଲୋମ ଭୟରେ ଦେଶରୁ ପଳାଇଅଛନ୍ତି।

2 Samuel 19:9 (UKJV) And all the people were at strife throughout all the tribes of Israel, saying, The king saved us out of the hand of our enemies, and he delivered us out of the hand of the Philistines; and now he is fled out of the land for Absalom.

7ଏଣୁ ଏବେ ଉଠି ବାହାରକୁ ଯାଇ ଆପଣା ଦାସମାନଙ୍କୁ ଦୟାରେ କଥା କହନ୍ତୁ; କାରଣ ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛି, ଯଦି ଆପଣ ବାହାରକୁ ନ ଯାʼନ୍ତି, ତେବେ ଏହି ରାତ୍ରି ଆପଣଙ୍କ ସହିତ ଜଣେ ହେଁ ରହିବ ନାହିଁ; ଆଉ ଆପଣଙ୍କ ଯୌବନକାଳ ଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଯେତେ ଅମଙ୍ଗଳ ଆପଣଙ୍କୁ ଘଟିଅଛି, ସେ ସବୁରୁ ହିଁ ଏହି ଅମଙ୍ଗଳ ଆପଣଙ୍କ ପ୍ରତି ଅଧିକ ହେବ।”

8ତହିଁରେ ରାଜା ଉଠି ନଗର-ଦ୍ୱାରରେ ବସିଲେ। ସେତେବେଳେ ସମସ୍ତ ଲୋକଙ୍କୁ କୁହାଗଲା, ଦେଖ, ରାଜା ନଗର-ଦ୍ୱାରରେ ବସିଅଛନ୍ତି; ତହୁଁ ସମସ୍ତ ଲୋକ ରାଜାଙ୍କ ସମ୍ମୁଖକୁ ଆସିଲେ। ଏଥିମଧ୍ୟରେ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁକୁ ପଳାଇ ଯାଇଥିଲେ।

9ଆଉ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ସମସ୍ତ ଲୋକ ପରସ୍ପର କଳହ କରି କହୁଥିଲେ, “ରାଜା ଆମ୍ଭମାନଙ୍କ ଶତ୍ରୁମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିଥିଲେ ଓ ପଲେଷ୍ଟୀୟମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିଥିଲେ ଏବେ ସେ ଅବଶାଲୋମ ଭୟରେ ଦେଶରୁ ପଳାଇଅଛନ୍ତି।

10ପୁଣି ଆମ୍ଭେମାନେ ଯେଉଁ ଅବଶାଲୋମଙ୍କୁ ଆପଣାମାନଙ୍କ ଉପରେ ଅଭିଷିକ୍ତ କରିଥିଲୁ, ସେ ଯୁଦ୍ଧରେ ମରିଅଛି। ଏହେତୁ ତୁମ୍ଭେମାନେ ଏବେ ରାଜାଙ୍କୁ ଫେରାଇ ଆଣିବା ବିଷୟରେ କାହିଁକି ତୁନି ହୋଇ ରହିଅଛ?”

11ଏଉତ୍ତାରେ ଦାଉଦ ରାଜା ସାଦୋକ ଓ ଅବୀୟାଥର ଯାଜକମାନଙ୍କ ନିକଟକୁ ଦୂତ ପଠାଇ କହିଲେ, “ତୁମ୍ଭେମାନେ ଯିହୁଦାର ପ୍ରାଚୀନବର୍ଗଙ୍କୁ କୁହ, ‘ରାଜାଙ୍କୁ ତାଙ୍କ ଗୃହକୁ ଆଣିବା ପାଇଁ ସମସ୍ତ ଇସ୍ରାଏଲର କଥା ତାଙ୍କ ନିକଟରେ ଉପସ୍ଥିତ ହେଲାଣି, ଏନିମନ୍ତେ ରାଜାଙ୍କୁ ତାଙ୍କ ଗୃହକୁ ଫେରାଇ ଆଣିବା ପାଇଁ ତୁମ୍ଭେମାନେ କାହିଁକି ପଛଘୁଞ୍ଚା ହେଉଅଛ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.