10ଶାଉଲଙ୍କର ପୁତ୍ର ଈଶ୍ବୋଶତ ଚାଳିଶ ବର୍ଷ ବୟସରେ ଇସ୍ରାଏଲ ବଂଶ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜତ୍ୱ କଲା। ମାତ୍ର ଯିହୁଦା ବଂଶ ଦାଉଦଙ୍କର ପଶ୍ଚାଦ୍ଗାମୀ ହେଲେ।
11ପୁଣି ହିବ୍ରୋଣରେ ଯିହୁଦା ବଂଶ ଉପରେ ଦାଉଦଙ୍କ ରାଜା ହେବାର ସାତ ବର୍ଷ ଛଅ ମାସ ଥିଲା।
12ନେର୍ର ପୁତ୍ର ଅବ୍ନର ଓ ଶାଉଲଙ୍କର ପୁତ୍ର ଈଶ୍ବୋଶତର ଦାସମାନେ ମହନୟିମରୁ ବାହାରି ଗିବୀୟୋନ୍କୁ ଗଲେ।
13ସେତେବେଳେ ସରୁୟାର ପୁତ୍ର ଯୋୟାବ ଓ ଦାଉଦଙ୍କର ଦାସଗଣ ବାହାରି ଗିବୀୟୋନ୍ର ପୁଷ୍କରିଣୀ ନିକଟରେ ସେମାନଙ୍କୁ ଭେଟିଲେ; ପୁଣି ସେମାନଙ୍କର ଏକ ଦଳ ପୁଷ୍କରିଣୀର ଏକ ପାଖରେ, ଅନ୍ୟ ଦଳ ପୁଷ୍କରିଣୀର ଅନ୍ୟ ପାଖରେ ବସିଲେ।
14ଏଥିରେ ଅବ୍ନର ଯୋୟାବକୁ କହିଲା, “ଯୁବାମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରେ ଉଠି ଖେଳିବା ପାଇଁ କହନ୍ତୁ।” ତହୁଁ ଯୋୟାବ କହିଲା, “ଉଠନ୍ତୁ।”