ଦ୍ୱିତୀୟ ଶାମୁୟେଲ 2

ସେତେବେଳେ ସରୁୟାର ପୁତ୍ର ଯୋୟାବ ଓ ଦାଉଦଙ୍କର ଦାସଗଣ ବାହାରି ଗିବୀୟୋନ୍‍ର ପୁଷ୍କରିଣୀ ନିକଟରେ ସେମାନଙ୍କୁ ଭେଟିଲେ; ପୁଣି ସେମାନଙ୍କର ଏକ ଦଳ ପୁଷ୍କରିଣୀର ଏକ ପାଖରେ, ଅନ୍ୟ ଦଳ ପୁଷ୍କରିଣୀର ଅନ୍ୟ ପାଖରେ ବସିଲେ।

2 Samuel 2:13 (UKJV) And Joab the son of Zeruiah, and the servants of David, went out, and met together by the pool of Gibeon: and they sat down, the one on the one side of the pool, and the other on the other side of the pool.

11ପୁଣି ହିବ୍ରୋଣରେ ଯିହୁଦା ବଂଶ ଉପରେ ଦାଉଦଙ୍କ ରାଜା ହେବାର ସାତ ବର୍ଷ ଛଅ ମାସ ଥିଲା।

12ନେର୍‍ର ପୁତ୍ର ଅବ୍‍ନର ଓ ଶାଉଲଙ୍କର ପୁତ୍ର ଈଶ୍‍ବୋଶତର ଦାସମାନେ ମହନୟିମରୁ ବାହାରି ଗିବୀୟୋନ୍‍କୁ ଗଲେ।

13ସେତେବେଳେ ସରୁୟାର ପୁତ୍ର ଯୋୟାବ ଓ ଦାଉଦଙ୍କର ଦାସଗଣ ବାହାରି ଗିବୀୟୋନ୍‍ର ପୁଷ୍କରିଣୀ ନିକଟରେ ସେମାନଙ୍କୁ ଭେଟିଲେ; ପୁଣି ସେମାନଙ୍କର ଏକ ଦଳ ପୁଷ୍କରିଣୀର ଏକ ପାଖରେ, ଅନ୍ୟ ଦଳ ପୁଷ୍କରିଣୀର ଅନ୍ୟ ପାଖରେ ବସିଲେ।

14ଏଥିରେ ଅବ୍‍ନର ଯୋୟାବକୁ କହିଲା, “ଯୁବାମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରେ ଉଠି ଖେଳିବା ପାଇଁ କହନ୍ତୁ।” ତହୁଁ ଯୋୟାବ କହିଲା, “ଉଠନ୍ତୁ।”

15ତେଣୁ ସେମାନେ ସଂଖ୍ୟାନୁସାରେ ଉଠିଲେ; ବିନ୍ୟାମୀନ୍ ଓ ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ପକ୍ଷରେ ବାର ଜଣ ଓ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ ବାର ଜଣ ଅଗ୍ରସର ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.