ଦ୍ୱିତୀୟ ଶାମୁୟେଲ 2

ତହୁଁ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାର ମସ୍ତକ ଧରି ଏକଆରେକ ବକ୍ଷରେ ଖଡ୍ଗ ଭୁସିଲେ; ତହୁଁ ସେମାନେ ସମସ୍ତେ ଏକତ୍ର ମଲେ; ଏହେତୁ ଗିବୀୟୋନ୍‍-ମଧ୍ୟବର୍ତ୍ତୀ ସେହି ସ୍ଥାନର ନାମ ହିଲ୍‍କତ୍‍ ହତ୍‍ସୂରୀମ୍‍ ହେଲା।

2 Samuel 2:16 (UKJV) And they caught every one his fellow by the head, and thrust his sword in his fellow's side; so they fell down together: wherefore that place was called Helkathhazzurim, which is in Gibeon.

14ଏଥିରେ ଅବ୍‍ନର ଯୋୟାବକୁ କହିଲା, “ଯୁବାମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରେ ଉଠି ଖେଳିବା ପାଇଁ କହନ୍ତୁ।” ତହୁଁ ଯୋୟାବ କହିଲା, “ଉଠନ୍ତୁ।”

15ତେଣୁ ସେମାନେ ସଂଖ୍ୟାନୁସାରେ ଉଠିଲେ; ବିନ୍ୟାମୀନ୍ ଓ ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ପକ୍ଷରେ ବାର ଜଣ ଓ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ ବାର ଜଣ ଅଗ୍ରସର ହେଲେ।

16ତହୁଁ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାର ମସ୍ତକ ଧରି ଏକଆରେକ ବକ୍ଷରେ ଖଡ୍ଗ ଭୁସିଲେ; ତହୁଁ ସେମାନେ ସମସ୍ତେ ଏକତ୍ର ମଲେ; ଏହେତୁ ଗିବୀୟୋନ୍‍-ମଧ୍ୟବର୍ତ୍ତୀ ସେହି ସ୍ଥାନର ନାମ ହିଲ୍‍କତ୍‍ ହତ୍‍ସୂରୀମ୍‍ ହେଲା।

17ସେହି ଦିନ ଅତି ଘୋର ଯୁଦ୍ଧ ହେଲା; ପୁଣି ଅବ୍‍ନର ଓ ଇସ୍ରାଏଲ ଲୋକମାନେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ।

18ସେହି ସ୍ଥାନରେ ଯୋୟାବ ଓ ଅବୀଶୟ ଓ ଅସାହେଲ ନାମରେ ସରୁୟାର ତିନି ପୁତ୍ର ଥିଲେ; ସେହି ଅସାହେଲ କ୍ଷେତ୍ରସ୍ଥ ମୃଗ ପରି ଦ୍ରୁତଗତି ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.