15ତେଣୁ ସେମାନେ ସଂଖ୍ୟାନୁସାରେ ଉଠିଲେ; ବିନ୍ୟାମୀନ୍ ଓ ଶାଉଲଙ୍କର ପୁତ୍ର ଈଶ୍ବୋଶତ ପକ୍ଷରେ ବାର ଜଣ ଓ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ ବାର ଜଣ ଅଗ୍ରସର ହେଲେ।
16ତହୁଁ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାର ମସ୍ତକ ଧରି ଏକଆରେକ ବକ୍ଷରେ ଖଡ୍ଗ ଭୁସିଲେ; ତହୁଁ ସେମାନେ ସମସ୍ତେ ଏକତ୍ର ମଲେ; ଏହେତୁ ଗିବୀୟୋନ୍-ମଧ୍ୟବର୍ତ୍ତୀ ସେହି ସ୍ଥାନର ନାମ ହିଲ୍କତ୍ ହତ୍ସୂରୀମ୍ ହେଲା।
17ସେହି ଦିନ ଅତି ଘୋର ଯୁଦ୍ଧ ହେଲା; ପୁଣି ଅବ୍ନର ଓ ଇସ୍ରାଏଲ ଲୋକମାନେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ।
18ସେହି ସ୍ଥାନରେ ଯୋୟାବ ଓ ଅବୀଶୟ ଓ ଅସାହେଲ ନାମରେ ସରୁୟାର ତିନି ପୁତ୍ର ଥିଲେ; ସେହି ଅସାହେଲ କ୍ଷେତ୍ରସ୍ଥ ମୃଗ ପରି ଦ୍ରୁତଗତି ଥିଲା।
19ପୁଣି ଅସାହେଲ ଅବ୍ନର ପଛେ ପଛେ ଗୋଡ଼ାଇଲା; ଆଉ ଅବ୍ନରର ପଛେ ଗଲା ବେଳେ ସେ ଦକ୍ଷିଣ କି ବାମକୁ ଫେରିଲା ନାହିଁ।