17ସେହି ଦିନ ଅତି ଘୋର ଯୁଦ୍ଧ ହେଲା; ପୁଣି ଅବ୍ନର ଓ ଇସ୍ରାଏଲ ଲୋକମାନେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ।
18ସେହି ସ୍ଥାନରେ ଯୋୟାବ ଓ ଅବୀଶୟ ଓ ଅସାହେଲ ନାମରେ ସରୁୟାର ତିନି ପୁତ୍ର ଥିଲେ; ସେହି ଅସାହେଲ କ୍ଷେତ୍ରସ୍ଥ ମୃଗ ପରି ଦ୍ରୁତଗତି ଥିଲା।
19ପୁଣି ଅସାହେଲ ଅବ୍ନର ପଛେ ପଛେ ଗୋଡ଼ାଇଲା; ଆଉ ଅବ୍ନରର ପଛେ ଗଲା ବେଳେ ସେ ଦକ୍ଷିଣ କି ବାମକୁ ଫେରିଲା ନାହିଁ।
20ତେବେ ଅବ୍ନର ଆପଣା ପଛକୁ ଅନାଇ କହିଲା, “ଅସାହେଲ, ଏ କି ତୁମ୍ଭେ?” ସେ ଉତ୍ତର କଲା, “ମୁଁ।”
21ଏଥିରେ ଅବ୍ନର ତାହାକୁ କହିଲା, “ତୁମ୍ଭେ ଆପଣା ଡାହାଣ କି ବାମ ଆଡ଼େ ଫେରି ଏହି ଯୁବାମାନଙ୍କର କୌଣସି ଜଣକୁ ଧରି ତାହାର ସଜ୍ଜା ଲୁଟି ନିଅ।” ମାତ୍ର ଅସାହେଲ ତାହାର ପଶ୍ଚାତ୍ଗମନରୁ ଫେରିଲା ନାହିଁ।