19ପୁଣି ଅସାହେଲ ଅବ୍ନର ପଛେ ପଛେ ଗୋଡ଼ାଇଲା; ଆଉ ଅବ୍ନରର ପଛେ ଗଲା ବେଳେ ସେ ଦକ୍ଷିଣ କି ବାମକୁ ଫେରିଲା ନାହିଁ।
20ତେବେ ଅବ୍ନର ଆପଣା ପଛକୁ ଅନାଇ କହିଲା, “ଅସାହେଲ, ଏ କି ତୁମ୍ଭେ?” ସେ ଉତ୍ତର କଲା, “ମୁଁ।”
21ଏଥିରେ ଅବ୍ନର ତାହାକୁ କହିଲା, “ତୁମ୍ଭେ ଆପଣା ଡାହାଣ କି ବାମ ଆଡ଼େ ଫେରି ଏହି ଯୁବାମାନଙ୍କର କୌଣସି ଜଣକୁ ଧରି ତାହାର ସଜ୍ଜା ଲୁଟି ନିଅ।” ମାତ୍ର ଅସାହେଲ ତାହାର ପଶ୍ଚାତ୍ଗମନରୁ ଫେରିଲା ନାହିଁ।
22ତହୁଁ ଅବ୍ନର ପୁନର୍ବାର ଅସାହେଲକୁ କହିଲା, “ମୋହର ପଶ୍ଚାଦ୍ଗମନରୁ ଫେର; ମୁଁ କାହିଁକି ତୁମ୍ଭକୁ ଆଘାତ କରି ଭୂମିସାତ୍ କରିବି? ତାହା କଲେ ମୁଁ କିପରି ତୁମ୍ଭ ଭାଇ ଯୋୟାବ ଆଗରେ ମୁଖ ଦେଖାଇବି?”
23ତଥାପି ସେ ଫେରିବାକୁ ମନା କଲା; ଏଣୁ ଅବ୍ନର ବର୍ଚ୍ଛାର ପଛ ଅଗରେ ତାହାର ପେଟ ଭୁସି ଦିଅନ୍ତେ, ବର୍ଚ୍ଛା ତାହାର ପଛଆଡ଼େ ଫୁଟି ବାହାରିଲା; ତହୁଁ ସେ ସେହିଠାରେ ପଡ଼ି ସେହି ସ୍ଥାନରେ ମଲା; ପୁଣି ଯେତେ ଲୋକ ଅସାହେଲର ପଡ଼ିବା ଓ ମରିବା ସ୍ଥାନକୁ ଆସିଲେ, ସେମାନେ ଠିଆ ହୋଇ ରହିଲେ।