ଦ୍ୱିତୀୟ ଶାମୁୟେଲ 2

ମାତ୍ର ଯୋୟାବ ଓ ଅବୀଶୟ ଅବ୍‍ନରର ପଛେ ପଛେ ଗୋଡ଼ାଇଲେ; ପୁଣି ସେମାନେ ଗିବୀୟୋନ୍‍ ପ୍ରାନ୍ତରର ପଥ ନିକଟବର୍ତ୍ତୀ ଗୀଆ ସମ୍ମୁଖସ୍ଥ ଅମା ପର୍ବତ ନିକଟରେ ଉପସ୍ଥିତ ହେବା ବେଳକୁ ସୂର୍ଯ୍ୟାସ୍ତ ହେଲା।

2 Samuel 2:24 (UKJV) Joab also and Abishai pursued after Abner: and the sun went down when they were come to the hill of Ammah, that lies before Giah by the way of the wilderness of Gibeon.

22ତହୁଁ ଅବ୍‍ନର ପୁନର୍ବାର ଅସାହେଲକୁ କହିଲା, “ମୋହର ପଶ୍ଚାଦ୍‍ଗମନରୁ ଫେର; ମୁଁ କାହିଁକି ତୁମ୍ଭକୁ ଆଘାତ କରି ଭୂମିସାତ୍‍ କରିବି? ତାହା କଲେ ମୁଁ କିପରି ତୁମ୍ଭ ଭାଇ ଯୋୟାବ ଆଗରେ ମୁଖ ଦେଖାଇବି?”

23ତଥାପି ସେ ଫେରିବାକୁ ମନା କଲା; ଏଣୁ ଅବ୍‍ନର ବର୍ଚ୍ଛାର ପଛ ଅଗରେ ତାହାର ପେଟ ଭୁସି ଦିଅନ୍ତେ, ବର୍ଚ୍ଛା ତାହାର ପଛଆଡ଼େ ଫୁଟି ବାହାରିଲା; ତହୁଁ ସେ ସେହିଠାରେ ପଡ଼ି ସେହି ସ୍ଥାନରେ ମଲା; ପୁଣି ଯେତେ ଲୋକ ଅସାହେଲର ପଡ଼ିବା ଓ ମରିବା ସ୍ଥାନକୁ ଆସିଲେ, ସେମାନେ ଠିଆ ହୋଇ ରହିଲେ।

24ମାତ୍ର ଯୋୟାବ ଓ ଅବୀଶୟ ଅବ୍‍ନରର ପଛେ ପଛେ ଗୋଡ଼ାଇଲେ; ପୁଣି ସେମାନେ ଗିବୀୟୋନ୍‍ ପ୍ରାନ୍ତରର ପଥ ନିକଟବର୍ତ୍ତୀ ଗୀଆ ସମ୍ମୁଖସ୍ଥ ଅମା ପର୍ବତ ନିକଟରେ ଉପସ୍ଥିତ ହେବା ବେଳକୁ ସୂର୍ଯ୍ୟାସ୍ତ ହେଲା।

25ଏଥିମଧ୍ୟରେ ବିନ୍ୟାମୀନ୍-ସନ୍ତାନଗଣ ଅବ୍‍ନରର ପଶ୍ଚାତ୍‍ ମିଳି ଏକ ଦଳ ହୋଇ ଗୋଟିଏ ପର୍ବତ ଶୃଙ୍ଗରେ ଠିଆ ହେଲେ।

26ତେବେ ଅବ୍‍ନର ଯୋୟାବକୁ ଡାକି କହିଲା, “ଖଡ୍ଗ କʼଣ ସର୍ବଦା ଗ୍ରାସ କରିବ? ଶେଷରେ ତାହା ଯେ ତିକ୍ତ ହେବ, ଏହା କʼଣ ତୁମ୍ଭେ ଜାଣ ନାହିଁ? ତେବେ ତୁମ୍ଭେ ଲୋକମାନଙ୍କୁ ସେମାନଙ୍କ ଭାଇମାନଙ୍କ ପଶ୍ଚାଦ୍‍ଗମନରୁ ଫେରିବା ପାଇଁ କେତେ କାଳ ଆଜ୍ଞା ନ ଦେବ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.