ଦ୍ୱିତୀୟ ଶାମୁୟେଲ 2

ଏଉତ୍ତାରେ ଅବ୍‍ନର ଓ ତାହାର ଲୋକମାନେ ସେହି ରାତ୍ରିସାରା ପଦାଭୂମି ଦେଇ ଗମନ କଲେ ଓ ସେମାନେ ଯର୍ଦ୍ଦନ ପାର ହୋଇ ସମୁଦାୟ ବିଥ୍ରୋଣ ଦେଶ ଦେଇ ଯାଇ ମହନୟିମରେ ଉପସ୍ଥିତ ହେଲେ।

2 Samuel 2:29 (UKJV) And Abner and his men walked all that night through the plain, and passed over Jordan, and went through all Bithron, and they came to Mahanaim.

27ଏଥିରେ ଯୋୟାବ କହିଲା, “ପରମେଶ୍ୱର ଜୀବିତ ଥିବା ପ୍ରମାଣେ (କହୁ), ତୁମ୍ଭେ କହି ନ ଥିଲେ ତ ମୋର ସୈନିକମାନେ ନିଶ୍ଚୟ ସକାଳ ପର୍ଯ୍ୟନ୍ତ ପ୍ରତ୍ୟେକେ ଆପଣା ଭାଇ ପଛରେ ଗୋଡ଼ାଇ ଥାʼନ୍ତେ।”

28ତହୁଁ ଯୋୟାବ ତୂରୀ ବଜାନ୍ତେ, ସମସ୍ତ ଲୋକ ଅଟକି ରହିଲେ ଓ ଇସ୍ରାଏଲ ପଛରେ ଆଉ ଗୋଡ଼ାଇଲେ ନାହିଁ, କି ଆଉ ଯୁଦ୍ଧ କଲେ ନାହିଁ।

29ଏଉତ୍ତାରେ ଅବ୍‍ନର ଓ ତାହାର ଲୋକମାନେ ସେହି ରାତ୍ରିସାରା ପଦାଭୂମି ଦେଇ ଗମନ କଲେ ଓ ସେମାନେ ଯର୍ଦ୍ଦନ ପାର ହୋଇ ସମୁଦାୟ ବିଥ୍ରୋଣ ଦେଶ ଦେଇ ଯାଇ ମହନୟିମରେ ଉପସ୍ଥିତ ହେଲେ।

30ଆଉ ଯୋୟାବ ଅବ୍‍ନରର ପଶ୍ଚାଦ୍‍ଗମନରୁ ଫେରିଲା; ପୁଣି ସେ ସମୁଦାୟ ଲୋକଙ୍କୁ ଏକତ୍ର କରନ୍ତେ, ଦାଉଦଙ୍କର ସୈନିକମାନଙ୍କ ମଧ୍ୟରୁ ଊଣେଇଶ ଜଣ ଓ ଅସାହେଲ ଅନୁପସ୍ଥିତ ଥିଲେ।

31ମାତ୍ର ଦାଉଦଙ୍କର ଦାସମାନେ ଆଘାତ କରିବାରୁ ବିନ୍ୟାମୀନ୍‍ର ଓ ଅବ୍‍ନରର ଲୋକମାନଙ୍କ ମଧ୍ୟରୁ ତିନି ଶହ ଷାଠିଏ ଲୋକ ମରିଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.