ଦ୍ୱିତୀୟ ଶାମୁୟେଲ 2

ମାତ୍ର ଦାଉଦଙ୍କର ଦାସମାନେ ଆଘାତ କରିବାରୁ ବିନ୍ୟାମୀନ୍‍ର ଓ ଅବ୍‍ନରର ଲୋକମାନଙ୍କ ମଧ୍ୟରୁ ତିନି ଶହ ଷାଠିଏ ଲୋକ ମରିଥିଲେ।

2 Samuel 2:31 (UKJV) But the servants of David had smitten of Benjamin, and of Abner's men, so that three hundred and threescore men died.

29ଏଉତ୍ତାରେ ଅବ୍‍ନର ଓ ତାହାର ଲୋକମାନେ ସେହି ରାତ୍ରିସାରା ପଦାଭୂମି ଦେଇ ଗମନ କଲେ ଓ ସେମାନେ ଯର୍ଦ୍ଦନ ପାର ହୋଇ ସମୁଦାୟ ବିଥ୍ରୋଣ ଦେଶ ଦେଇ ଯାଇ ମହନୟିମରେ ଉପସ୍ଥିତ ହେଲେ।

30ଆଉ ଯୋୟାବ ଅବ୍‍ନରର ପଶ୍ଚାଦ୍‍ଗମନରୁ ଫେରିଲା; ପୁଣି ସେ ସମୁଦାୟ ଲୋକଙ୍କୁ ଏକତ୍ର କରନ୍ତେ, ଦାଉଦଙ୍କର ସୈନିକମାନଙ୍କ ମଧ୍ୟରୁ ଊଣେଇଶ ଜଣ ଓ ଅସାହେଲ ଅନୁପସ୍ଥିତ ଥିଲେ।

31ମାତ୍ର ଦାଉଦଙ୍କର ଦାସମାନେ ଆଘାତ କରିବାରୁ ବିନ୍ୟାମୀନ୍‍ର ଓ ଅବ୍‍ନରର ଲୋକମାନଙ୍କ ମଧ୍ୟରୁ ତିନି ଶହ ଷାଠିଏ ଲୋକ ମରିଥିଲେ।

32ଏଉତ୍ତାରେ ସେମାନେ ଅସାହେଲକୁ ଉଠାଇ ନେଇ ବେଥଲିହିମସ୍ଥିତ ତାହାର ପିତାର କବରରେ କବର ଦେଲେ। ପୁଣି ଯୋୟାବ ଓ ତାହାର ଲୋକମାନେ ସାରାରାତ୍ରି ଯାତ୍ରା କଲେ ଓ ହିବ୍ରୋଣ ନିକଟରେ ସେମାନେ ସକାଳ ପହଞ୍ଚିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.