3ଆଉ ଦାଉଦ ମଧ୍ୟ ଆପଣା ସଙ୍ଗୀମାନଙ୍କୁ ପୁଣି ସେମାନଙ୍କର ପରିବାରବର୍ଗଙ୍କୁ ନେଲେ; ତହିଁରେ ସେମାନେ ହିବ୍ରୋଣର ନଗରମାନରେ ବାସ କଲେ।
4ତହୁଁ ଯିହୁଦାର ଲୋକମାନେ ଆସି ସେହି ସ୍ଥାନରେ ଦାଉଦଙ୍କୁ ଯିହୁଦା ବଂଶ ଉପରେ ରାଜାଭିଷିକ୍ତ କଲେ। ଏଉତ୍ତାରେ ଯେବେ ଲୋକମାନେ ଯାବେଶ-ଗିଲୀୟଦୀୟମାନେ ଶାଉଲଙ୍କୁ କବର ଦେଲେ ବୋଲି ଦାଉଦଙ୍କୁ ଜଣାଇଲେ।
5ତହିଁରେ ଦାଉଦ ଯାବେଶ-ଗିଲୀୟଦର ଲୋକମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ-ପାତ୍ର, କାରଣ ତୁମ୍ଭେମାନେ ଆପଣା ରାଜା ଶାଉଲଙ୍କ ପ୍ରତି ଏହି ଦୟା ପ୍ରକାଶ କରି ତାଙ୍କୁ କବର ଦେଇଅଛ।
6ଏଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୟା ଓ ସତ୍ୟତା ପ୍ରକାଶ କରନ୍ତୁ; ପୁଣି ତୁମ୍ଭେମାନେ ଏହି କର୍ମ କରିବାରୁ ମୁଁ ମଧ୍ୟ ତୁମ୍ଭମାନଙ୍କୁ ସେହି ଦୟାର ପ୍ରତିଦାନ କରିବି।
7ଏହେତୁ ଏବେ ତୁମ୍ଭମାନଙ୍କ ହସ୍ତ ସବଳ ହେଉ ଓ ତୁମ୍ଭେମାନେ ସାହସିକ ହୁଅ; କାରଣ ତୁମ୍ଭମାନଙ୍କ ରାଜା ଶାଉଲ ମରିଅଛନ୍ତି, ମଧ୍ୟ ଯିହୁଦା ବଂଶ ଆପଣା ଉପରେ ମୋତେ ରାଜାଭିଷିକ୍ତ କରିଅଛନ୍ତି।”