ଦ୍ୱିତୀୟ ଶାମୁୟେଲ 2

ଏଥିମଧ୍ୟରେ ନେର୍‍ର ପୁତ୍ର ଅବ୍‍ନର ନାମକ ଶାଉଲଙ୍କର ସୈନ୍ୟଦଳର ସେନାପତି ଶାଉଲଙ୍କର ପୁତ୍ର ଈଶ୍‍ବୋଶତକୁ ମହନୟିମକୁ ନେଇଯାଇ,

2 Samuel 2:8 (UKJV) But Abner the son of Ner, captain of Saul's host, took Ishbosheth the son of Saul, and brought him over to Mahanaim;

6ଏଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୟା ଓ ସତ୍ୟତା ପ୍ରକାଶ କରନ୍ତୁ; ପୁଣି ତୁମ୍ଭେମାନେ ଏହି କର୍ମ କରିବାରୁ ମୁଁ ମଧ୍ୟ ତୁମ୍ଭମାନଙ୍କୁ ସେହି ଦୟାର ପ୍ରତିଦାନ କରିବି।

7ଏହେତୁ ଏବେ ତୁମ୍ଭମାନଙ୍କ ହସ୍ତ ସବଳ ହେଉ ଓ ତୁମ୍ଭେମାନେ ସାହସିକ ହୁଅ; କାରଣ ତୁମ୍ଭମାନଙ୍କ ରାଜା ଶାଉଲ ମରିଅଛନ୍ତି, ମଧ୍ୟ ଯିହୁଦା ବଂଶ ଆପଣା ଉପରେ ମୋତେ ରାଜାଭିଷିକ୍ତ କରିଅଛନ୍ତି।”

8ଏଥିମଧ୍ୟରେ ନେର୍‍ର ପୁତ୍ର ଅବ୍‍ନର ନାମକ ଶାଉଲଙ୍କର ସୈନ୍ୟଦଳର ସେନାପତି ଶାଉଲଙ୍କର ପୁତ୍ର ଈଶ୍‍ବୋଶତକୁ ମହନୟିମକୁ ନେଇଯାଇ,

9ଗିଲୀୟଦ ଓ ଅଶୂରି ଓ ଯିଷ୍ରିୟେଲ ଓ ଇଫ୍ରୟିମ ଓ ବିନ୍ୟାମୀନ୍ ଓ ସମସ୍ତ ଇସ୍ରାଏଲ ଉପରେ ରାଜା କଲେ।

10ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ଚାଳିଶ ବର୍ଷ ବୟସରେ ଇସ୍ରାଏଲ ବଂଶ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜତ୍ୱ କଲା। ମାତ୍ର ଯିହୁଦା ବଂଶ ଦାଉଦଙ୍କର ପଶ୍ଚାଦ୍‍ଗାମୀ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.